ଦୈନିକ ରାଶିଫଳ: ୦୪ ମଇ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ଵାସ୍ଥ୍ୟରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୪ତାରିଖ, ସୋମବାର, ମେଷମାସ ୨୨ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ପ୍ରାତଃ ୬ଟା ୧୩ମିନିଟ୍ ପରେ ଦ୍ଵାଦଶୀ ତିଥିଉତ୍ତରାଫାଲଗୁନି ନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର ମିଥୁନରାଶିର ଘାତବାର ବୃଷ ରାଶିର ଘାତଚନ୍ଦ୍ର। ପୋଇ ମସୁରଡାଲି ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୨୦ମିନିଟ୍ ରୁ ୬ଟା ୫୫ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ୧ଟା ୧ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍। ପର୍ବଦିନ ମୋହିନୀ ଏକାଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସନ୍ତୋଷ ଲାଭ କରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ ଓ ସବୁଥିରେ ସଫଳତା ମିଳିବ। ପରିବାରରେ ସମୟ ବିତେଇବେ ଓ ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇ ପାରେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ନିଜର ସିଦ୍ଧାନ୍ତରେ ଅଟଳ ରହିବେ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ।  କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ଅତି ନିକଟତର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ପୁତ୍ର କନ୍ୟାମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ। ମୂଲ୍ୟବାନ ପଦାର୍ଥ ଓ ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ। ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ। ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ। ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ। ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦଇତ୍ଵ ବଢିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ। ସୁଯୋଗ ପାଇବା ଯୋଗେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସାମାଜିକ କାମରେ ପ୍ରଶଂସା ମିଳିବ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ ବୃଦ୍ଧି ପାଇବା ସହ ଲାଭାଂଶ ଉପରେ ସୁପ୍ରଭାବ ପଡିବ। ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ବ୍ୟବସାୟରେ  ଆଶାତୀତ ଲାଭ ପାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ। ଉଚ୍ଚଆଶା ସଫଳ ହେବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। କୌଣସି ବ୍ୟାଙ୍କରୁ ମଧ୍ୟ ଋଣ ପାଇବା ଯୋଗ ଅଛି। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହୋଇ ପାରେ।ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଦେଖା ଦେବ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି।  ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବା ସହ ଆୟ ଉତ୍ତମ ହେବ ଓ ବ୍ୟୟ ହ୍ରାସ ପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ପ୍ରତ୍ୟେକ କ୍ଷେତ୍ରରେ  ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ। ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବା ସହ କରଜ ଭାରରୁ ମୁକ୍ତି ମିଳିପାରେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ସାମାଜିକ କଲ୍ୟାଣ କାମରେ ସହଯୋଗ କରି ପ୍ରଶଂସିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। କେତେକ କ୍ଷେତ୍ରରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। ଶିକ୍ଷାର୍ଥୀମାନେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ପରିବାରରେ ଆଦର ସମ୍ମାନ ପାଇ ସୁଖଭୋଗ କରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ। କର୍ମକ୍ଷେତ୍ରରେ ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। ଆତ୍ମୀୟ ସ୍ଵଜନଙ୍କ ବୈରତା ଯୋଗେ ଆର୍ଥିକ କ୍ଷତି ସହିବାକୁ ପଡିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ପ୍ରତିକାର:- ଅସହାୟଙ୍କର ସେବା କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!