ଦୈନିକ ରାଶିଫଳ: 04 ମଇ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୪ ତାରିଖ, ମଙ୍ଗଳବାର, ମେଷମାସ ୨୧ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଶ୍ରବଣାନକ୍ଷତ୍ର, ସକାଳ ୮ଟା ୨୭ମିନିଟ୍ ଗତେ ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ନଡିଆ ନ ଖାଇଲେ ଭଲ, ଦିବା ୧ଟା ୧୦ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଶୁଭସମୟ- ସକାଳ ୮ଟା ୩୨ମିନିଟ୍ ରୁ ୧୦ଟା ୨୫ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୮ମିନିଟ୍, ଦିବା ୪ଟା ୩୨ମିନିଟ୍ ରୁ ୫ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୮ମିନିଟ୍ ରୁ ୬ଟା ୫୧ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ୧୧ଟା ୧୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ ସୁସ୍ଥତା ଅନୁଭବ କରିବା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରତ୍ୟେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ । ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-

କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଥିବା ପାରିବାରିକ ଦ୍ୱନ୍ଦର ସମାଧାନ କରିବା ଫଳରେ ଉଚ୍ଚ ସମ୍ମାନ ପାଇବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ପ୍ରେମ କ୍ଷେତ୍ରରେ ଅନେକ ସମସ୍ୟା ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥାର ଅନୁସରଣ କରି ପାରନ୍ତି । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶତୃମାନେ ବିପଦରେ ପକାଇବା ପାଇଁ ଚେଷ୍ଟା କରି ଅପଦସ୍ତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଗୁରୁ, ଗୁରୁଜନ ଓ ପିତୃତୁଲ୍ୟ ବ୍ୟକ୍ତିଙ୍କ ସହ ତିକ୍ତତାଭାବର ଅବସାନ ଘଟିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜକୀୟ ମାମଲାରେ ସଫଳତା ମିଳିବ । ରାଜନୀତିରେ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-

ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । କର୍ମକ୍ଷେତ୍ରରେ ପଦୋନ୍ନତି ସହ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚାକ୍ଷେତ୍ରରୁ ଶୁଭଫଳ ମିଳିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବା ଫଳରେ ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ସହଯୋଗ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-

ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଧର୍ମକାର୍ଯ୍ୟରେ ମତି ରହି ମାନସିକ ଏକାଗ୍ରତା ବଜାୟ ରହିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-

ଶାରିରୀକ ସୁସ୍ଥତା ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ରାଜନୀତିରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଦାଗ ଲାଗି ପାରେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଅତ୍ୟନ୍ତ ଶୁଭ ସମୟ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟର ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ ଓ ଉନ୍ନତି କରି ପାରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଛାତ୍ର ଛାତ୍ରୀମାନେ ମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରର ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଆତ୍ମସନ୍ତୋଷ ମିଳିବା ସହ ଉପରିସ୍ଥ କର୍ମି ଓ ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବା ଫଳରେ ଆନନ୍ଦିତ ହେବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ପରିବାରରେ ଆଦରପାଇ ସୁଖଭୋଗ କରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି । ବିନାପରିଶ୍ରମରେ ଧନପ୍ରାପ୍ତି ହେବ । ବ୍ୟବସାୟରେ ନୂତନଧାରା ଖୋଲି ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!