ଦୈନିକ ରାଶିଫଳ: 04 ମଇ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୪ତାରିଖ, ବୁଧବାର, ମେଷମାସ ୨୧ଦିନ, ବୈଶାଖମାସ ଶୁକ୍ଳପକ୍ଷ, ମଳ ତୃତୀୟା ତିଥି, ସକାଳ ୭ଟା ୩୩ମିନିଟ୍ ଗତେ ଚତୁର୍ଥୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର, ଦିବା ୪ଟା ୪୫ମିନିଟ୍ ପରେ ମିଥୁନ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ସନ୍ଧ୍ୟା ୫ ଟା ୬ମିନିଟ୍ ପରେ ସୁକର୍ମା ଯୋଗ । ଗର କରଣ ସକାଳ ୭ଟା ୩୩ମିନିଟ୍ ପରେ ବାଣିଜ୍ୟ କରଣ । କର୍କଟ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର ଦିବା ୪ଟା ୪୫ମିନିଟ୍ ପରେ କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ଓ ମୂଳା ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଆଗ୍ନେୟେ ସକାଳ ୭ଟା ୩୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୧ମିନିଟ୍ ରୁ ଦିବା ୧୦ଟା ୭ମିନିଟ୍, ଦିବା ୧୧ଟା ୪୩ମିନିଟ୍ ରୁ ଦିବା ୧ଟା ୧୯ମିନିଟ୍, ରାତ୍ରି ୨ଟା ୩୧ମିନିଟ୍ ରୁ ୩ଟା ୫୫ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୮ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍, ରାତ୍ର ୧ଟା ୩୬ମିନିଟ୍ ରୁ ରାତ୍ର ୨ଟା ୩୦ମିନିଟ୍, ରାତ୍ର ୩ଟା ୫୬ମିନିଟ୍ ରୁ ୫ଟା ୧୮ମିନିଟ୍ ।

ମେଷ:-କୃଷି ଜାତଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ ପରିଶ୍ରମ କରିବାକୁ ପଡିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ଶିକ୍ଷାର୍ଥୀମାନେ ଅଧ୍ୟୟନରେ ଆଗକୁ ବଢିବାର ସୁଯୋଗ ପାଇବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି । କର୍ମରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ସମସ୍ୟା ସୁଧାରି ନେବେ ଓ ଶାରୀରିକ କଷ୍ଟ ଦୂର ହେବ । ରାଜନୈତିକ କ୍ଷେତ୍ରରେ ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ-ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ନୂତନ ଲୋକଙ୍କ ସହିତ ଭେଟ ହେବ । ରାଜନୈତିକ କ୍ଷେତ୍ରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଗଲେ ମଧ୍ୟ ଅଳସୁଆ ପ୍ରକୃତି ପ୍ରକାଶ ପାଇବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ରାଜନୈତିକ କ୍ଷେତ୍ରରେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । କର୍ମକ୍ଷେତ୍ରରେ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧି ହେବା ଯୋଗେ ମାନ-ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ହସ ଖୁସିରେ ଆଜି ଦିନଟି କଟିଯିବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

କନ୍ୟା:-ସମ୍ପତ୍ତି କ୍ରୟକରିବା ପାଇଁ ଯୋଗାଯୋଗ କରିବେ । ଧୈର୍ଯ୍ୟ ଓ ସଂଯମତା ରକ୍ଷା କରି ପାରିଲେ ବିଗିଡି ଯାଇଥିବା କାର୍ଯ୍ୟ ସୁଧୁରି ଯିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ରାଜନୈତିକ କ୍ଷେତ୍ରରେ କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡା ଅନୁଭବ କରି ପାରନ୍ତି । ଦାମ୍ପତ୍ୟ ସୁଖରେ ବାଧା ଆସିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶିକ୍ଷାର୍ଥୀମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ବ୍ୟବସାୟ ପାଇଁ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ରାଜନୈତିକ କ୍ଷେତ୍ରରେ ମନ ଲଗାଇ କାର୍ଯ୍ୟ କରିବେ । ଗୋ-ସଂପଦ, ଭୂମି, ବସ୍ତ୍ରଆଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ଋଣ ଭରଣାରେ ସହଜ ହେବ । ସ୍ଵାସ୍ଥ୍ୟକ୍ଷେତ୍ରରେ ଉନ୍ନତିହୋଇ ଶାରୀରିକ କଷ୍ଟ ଦୂର ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସରକାରୀ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଦୂରଯାତ୍ରାରେ ସଫଳ ହେବେ । ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ରାଜନୈତିକ କ୍ଷେତ୍ରରେ ନୂତନ ବନ୍ଧୁଲାଭ ହେବା ସହ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବା ସହ ମନ ଓ ଶରୀର ଭଲ ରହି ନପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନିକରି ଆଶାତୀତ ଉନ୍ନତି ହେବ । ବିଦେଶ ଯାତ୍ରାରେ ସଫଳ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରେ । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!