ସାପ୍ତାହିକ ରାଶିଫଳ: ମଇ ୦୪ ରୁ ମଇ ୧୦, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ। କର୍ମକ୍ଷେତ୍ରରେ ଲକ୍ଷ୍ୟହାସଲ ହିଁ ମୂଳ ଆଭିମୁଖ୍ୟ ହେବ। ପରିବାରରେ ମାନ ମନାନ୍ତର ଦୂର ହୋଇ ସୁଖ ଶାନ୍ତି ମିଳିବ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ର ବ୍ୟବସ୍ଥିତତା ହେତୁ ଶାନ୍ତି ଉପୁଜିବ। କାରବାରର ସୀମା ବଢାଇବା ଫଳରେ ସନ୍ତୋଷ ଦେଖା ଦେବ। ସନ୍ତାନ ସନ୍ତତି ମାନଙ୍କର ଶୁଭ ଖବର ପାଇ ଖୁସିହେବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ନାନା ବାଟରେ ଧନାଗମ ଘଟିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଆକସ୍ମିକ ଧନପ୍ରାପ୍ତି ହେବା ଫଳରେ ମନ ଖୁସି କରିବେ। ଯଦି ବ୍ୟବସାୟ କରୁଥାନ୍ତି ଅତ୍ୟନ୍ତ ଲାଭାନ୍ନିତ ହୋଇ ସଂପତ୍ତି କ୍ରୟ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ବିଦ୍ୟାର୍ଥୀ ହୋଇଥିଲେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷା ପାଇଁ ପ୍ରସ୍ତୁତ ହେବା ଉଚିତ କିମ୍ବା ଡାକ୍ତରୀ ପାଠ ପଢ଼ୁଥିଲେ ବିଶେଷ ସଫଳତା ପ୍ରାପ୍ତ ହେବ। ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ସନ୍ତାନ କ୍ଷେତ୍ରରେ ସର୍ବ ଶ୍ରେଷ୍ଠ ଫଳ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଗୃହ, ନୂତନ ଯାନ, ନୂତନ ବ୍ୟବସାୟ, ନୂତନ ଜାଗା ଜମିପ୍ରାପ୍ତି ହେବ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବେ। ରାଜନୀତି କ୍ଷେତ୍ରରେ ଅନୁକୂଳ ହେତୁ ଲୋକ ସମର୍ଥନ ବୃଦ୍ଧି ପାଇବ। ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବା ଯୋଗେ ଚିତ୍ତପ୍ରସନ୍ନ ରହିବ। ବ୍ୟବସାୟରେ ଉଚ୍ଚ ଆଶାରେ ଆଗେଇ କାର୍ଯ୍ୟ ସିଦ୍ଧି ହେବା ଫଳରେ ଆର୍ଥିକ ଦିଗରୁ ସୁବିଧା ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରଦର୍ଶନ ଜନିତ ଯଶମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ବିଦେଶ ଯାତ୍ରାର ସୁଯୋଗ ଆସିବ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ।  ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ମନ ଭଲ ରହିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସହ ସଫଳତା ଲାଭ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ  ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇ ଯିବ। ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରି ପାରିବେ। ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ। ଅଧ୍ୟୟନ ଅଧ୍ୟାପନ କାର୍ଯ୍ୟରେ ବ୍ୟସ୍ତ ରହିବେ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ଜଟିଳ ସମସ୍ୟାକୁ ସମାଧାନ କରି ମାନସମ୍ମାନ ପାଇବେ। ପାରିବାରିକ ଜୀବନ ସୁଖରେ କାଟିବେ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ବ୍ୟବସାୟରେ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇ ପାରିବେ। ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାଲିକ ସପକ୍ଷ ସଂଗଠନର ନେତୃତ୍ଵ ନେଇ କର୍ତ୍ତୁପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ। ଉଚ୍ଚଆଶା ସଫଳ ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସେବାୟତ ମାନଙ୍କ ଉପରେ କର୍ତ୍ତୃତ୍ଵ ବିସ୍ତାର କରି କାର୍ଯ୍ୟ ହାସଲ କରିବେ। ଗୁରୁଜନଙ୍କ ସ୍ନେହ-ସହାନୁଭୁତି ହାସଲରେ ସମର୍ଥ ହେବେ। କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ପାଇ ଯିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂରେଇ ଯିବ। ସ୍ଥଳ ବିଶେଷେ ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷର କାରଣ ହେବ। ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇବେ। ଧୀର ସ୍ଵଭାବ, ସ୍ଥିରଚିତ୍ତ ଓ ଦୃଢ ବିଚାର ବଳରେ ବିଶେଷ ଉପକୃତ ହେବେ।  ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଶାରିରୀକ ଅସୁସ୍ଥତା ଦୂର ହେବ।  ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କେତେକ କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ପରିବାରରେ ଶାନ୍ତି ଦେଖାଦେବ। ପ୍ରତିକାରନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ମାନସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦୂରେଇଯାଇ ଶାନ୍ତି ବିରାଜମାନ କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ଓ ଭାବମୂର୍ତ୍ତି ଅମଳିନ ରହିବ।  ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ।  ଉପରିସ୍ଥଙ୍କ କୃପାଭାଜନ ହେବେ। ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ। ଲୋକ ସମ୍ପର୍କ ବୃଦ୍ଧି ସହ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ।  ପାରିବାରିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର:-  ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟୟ ତୁଳନାରେ ଆୟ ଅଧିକ ହେବ ଓ ଆର୍ଥିକ ଅନାଟନ ଦୂରେଇ ଯିବ। ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ମାନ ସମ୍ମାନ ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ପନ୍ଥାର ପରିବର୍ତ୍ତନ ଆସିବ। ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମାନଙ୍କୁ ମୁକାବିଲା କରିପାରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ। ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ।ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!