ଦୈନିକ ରାଶିଫଳ: 4 ନଭେମ୍ବର ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ଯାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୪ତାରିଖ, ବୁଧବାର, ତୁଳା ମାସ ୧୯ଦିନ, କାର୍ତ୍ତିକ ମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ମୃଗଶିରା ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ବିଛା ରାଶିର ଘାତଚନ୍ଦ୍ର, ଦିବା ୩ଟା ୪୨ମିନିଟ୍ ପରେ କନ୍ୟା ରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୪ମିନିଟ୍ ରୁ ୮ଟା ୭ମିନିଟ୍, ଦିବା ୧୦ଟା ୨୩ମିନିଟ୍ ରୁ ୧୧ଟା ୨୯ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୩ଟା ୩୬ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ୬ଟା ୪୮ମିନିଟ୍, ରାତ୍ର ୮ଟା ୩୨ମିନିଟ୍ ରୁ ୨ଟା ୪୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ।କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ରାଜନୀତିରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରେମୀକ ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମାଜ ସେବା ଓ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ଘାସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ। ମାନସିକ ଅଶାନ୍ତି ଦୂର ହେବ। କାରବାରରେ ସୁଧାର ଆସିବା ଫଳରେ ମନ ଓ ଶରୀର ଭଲ ରହିବ। କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତିରେ ସମାଜ ସେବା କରି ସ୍ଵନାମ ଅର୍ଜନ କରି ପାରିବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ବିଦେଶ ଯାତ୍ରାରେ ସଫଳ ହେବେ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ଶତୃ ଓ ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହି ପାରନ୍ତି। ପ୍ରତିକାର:- ଷଣ୍ଢକୁ କିଛି ଖୁଆନ୍ତୁ।

ତୁଳା:-

ସରକାରୀ କାମରେ ସଫଳତା ମିଳିବ। ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ବିଷୟରେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ। ନୂତନ ଦ୍ରବ୍ୟ କ୍ରୟ କରିବେ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ୱାସ୍ଥ୍ୟ ଭଲ ରହିବ। ମାନସିକ ଦୁଶ୍ଚିନ୍ତା ଦୂରହେବ, ଆୟରସ୍ରୋତ ଖୋଲିଯିବ ଓ ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ରାଜନୀତି ମାମଲାରେ ସଫଳତା ମିଳିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-

ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ସାଂସାରିକ ଜୀବନ ସୁଖମୟ ହେବା ସହ ପତି ପତ୍ନୀଙ୍କ ମନ ଭଲ ରହିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା କାର୍ଯ୍ୟଆଳୟରେ ସମସ୍ୟା ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ। କର୍ମ କ୍ଷେତ୍ରରେ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧି ପାଇବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!