ଦୈନିକ ରାଶିଫଳ: 04 ନଭେମ୍ବର 2022, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୪ତାରିଖ, ଶୁକ୍ରବାର, ତୁଳାମାସ ୧୯ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । ବାଣିଜ୍ୟ କରଣ ସକାଳ ୬ଟା ୪୭ମିନିଟ୍ ପରେ ବିଷ୍ଟି କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର ସନ୍ଧ୍ୟା ୬ଟା ୧୯ମିନିଟ୍ ପରେ ଧନୁ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୮ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ସନ୍ଧ୍ୟା ୬ଟା ୮ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୧ଟା ୩୦ମିନିଟ୍, ରାତ୍ରି ୮ଟା ୧୮ମିନିଟ୍ ରୁ ୯ଟା ୫୪ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୬ଟା ୩୬ମିନିଟ୍, ସକାଳ ୭ଟା ୨୩ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୮ମିନିଟ୍ ରୁ ୫ଟା ୬ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ରାତ୍ର ୮ଟା ୧୭ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ୧ଟା ୩୭ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୪ଟା ୧୦ମିନିଟ୍ । ପର୍ବଦିନ- ସର୍ବସମ୍ମତ ଦେବୋଉଥାପନୀ ବଡ ଏକାଦଶୀ, ଶ୍ରୀମନ୍ଦିରରେ ଠିଆକିଆ ବେଶ, ଭୀଷ୍ମ ପଞ୍ଚକ ବା ବକ ପଞ୍ଚକ ଆରମ୍ଭ, ଶରତ୍ ରାସ ଆରମ୍ଭ, ବକ ପଞ୍ଚକ ସ୍ନାନ ।

ମେଷ:-ଶତୃମାନେ ମଥାନତ କରିବେ । ସାମାଜିକ ସ୍ଥିତି, ମାନସମ୍ମ । ନ ବଜାୟ ରହିବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବା ସହ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ବୃଷ:-ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରି ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବା ସହ ସମ୍ମାନର ଆଧିକାରି ହେବେ । ଆର୍ଥିକ ସ୍ଥିତି ସ୍ଵଛଳ ରହିବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ହେବ । ନିଜର ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ, ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି । ପ୍ରତିକାର- ଧଳାରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-ସାମାଜିକ କାର୍ଯ୍ୟରେ ଯୋଗ ଦେବେ । କେତେକ କର୍ମରେ ସଫଳତା ପ୍ରାପ୍ତି ହେବା ସହ ପରିବାରରେ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବ । ବ୍ୟବସାୟରେ ସଫଳତା ହାସଲ କରିବା ସହ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବା ସହ ବଡପଣିଆ ଦେଖାଇଲେ ନିନ୍ଦିତ ହେବେ । ଶାରୀରିକ ଅସୁସ୍ଥତା ଅନୁଭବ କରିବା ସହ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇ ପାରିବେ । ଉନ୍ନତ ଜ୍ଞାନ କୌଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ । ପରିବାରରେ ହସଖୁସିର ବାତାବରଣ ଜାରିରହିବ । ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସଖୁସିରେ ବାତାବରଣ ଖେଳିଯିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭମଧ୍ୟ ହେବ । କାହାରି ପାଖରେ ମୁଣ୍ଡ ନଇଁବ ନାହିଁ ଓ ଆର୍ଥିକ ଦିଗରେ ଅଭିବୃଦ୍ଧି ହେବ । ଚାକିରିରେ ଉତ୍ତମ ରୋଜଗାର କରିପାରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୂରହେବା ସହ ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ । ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବାସହ ପାରିବାରିକ ପତିଆରା ଭଲ ରହିବ । ପ୍ରତିଯୋଗିତାରେ କୃତିତ୍ଵ ଲାଭ କରିବେ ଓ ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଶତୃମାନେ ମିତ୍ରଭାବ ଆଚରଣ କରିବେ ଓ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଶୁଭ ସମାଚାର ପାଇ ଖୁସି ହେବେ । ଛାତ୍ରଛାତ୍ରୀମାନଙ୍କର ମାନସିକ ବିକାଶ ଘଟିବ । ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇପାରିବେ । କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କର୍ମକ୍ଷେତ୍ରରେ ସମନ୍ଵୟ ରକ୍ଷାକରିବା ଫଳରେ ବନ୍ଧୁତ୍ଵ ବୃଦ୍ଧି ପାଇବ । ସ୍ଥାନ ପରିବର୍ତ୍ତନ ଯୋଗେ ଅସନ୍ତୋଷ ଦେଖାଦେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ଓ କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ବ୍ୟବସାୟରେ ଉନ୍ନତି କରି ପାରିବେ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ନିଜର ଯୋଜନା ମୁତାବକ କାମକରିଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ । ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!