ଦୈନିକ ରାଶିଫଳ: 04 ଅକ୍ଟୋବର 2022, ମା’ ମଙ୍ଗଳଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅକ୍ଟୋବର ମାସ ୪ତାରିଖ, ମଙ୍ଗଳବାର, କନ୍ୟାମାସ ୧୮ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ନବମୀତିଥି ଦିବା ୨ଟା ୨୧ମିନିଟ୍ ପରେ ଦଶମୀତିଥି, ଉତ୍ତରାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର ସକାଳ ୬ଟା ୧ମିନିଟ୍ ପରେ ମକର ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ଦିବା ୧୧ଟା ୨୨ମିନିଟ୍ ପରେ ସୁକର୍ମା ଯୋଗ । କୌଳବ କରଣ ଦିବା ୨ଟା ୨୧ମିନିଟ୍ ପରେ ତୈତିଳ କରଣ । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର ସକାଳ ୬ଟା ୧ମିନିଟ୍ ପରେ ସିଂହ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ଦିବା ୨ଟା ୨୧ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୨ଟା ୨୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦଶମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୧୦ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧ଟା ୩ମିନିଟ୍ ରୁ ୨ଟା ୩୨ମିନିଟ୍, ରାତ୍ରି ୭ଟା ରୁ ୮ଟା ୩୨ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୬ଟା ୨୭ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ୧୧ଟା ୧୦ମିନିଟ୍, ସନ୍ଧ୍ୟା ୫ଟା ୨୯ମିନିଟ୍ ରୁ ୬ଟା ୫୯ମିନିଟ୍, ରାତ୍ର ୮ଟା ୩୩ମିନିଟ୍ ରୁ ୮ଟା ୪୩ମିନିଟ୍, ରାତ୍ର ୯ଟା ୩୪ମିନିଟ୍ ରୁ ୧୧ଟା ୫୮ମିନିଟ୍, ରାତ୍ର ୧ଟା ୩୮ମିନିଟ୍ ରୁ ୩ଟା ୧୪ମିନିଟ୍, ରାତ୍ର ୪ଟା ୫ମିନିଟ୍ ରୁ ୫ଟା ୪୦ମିନିଟ୍ । ପର୍ବଦିନ- ପୀଠେ ଦଶହରା, ବିଜୟା ଦଶମୀ, ଅପରାଜିତା ଦଶମୀ, ସୋମନାଥ ବ୍ରତ ଶେଷ, ମୃଣ୍ମୟୀ ଦେବୀଙ୍କ ମହାନବମୀ ପୂଜା ।

ମେଷ:-ଶତ୍ରୁମାନେ ତଳମୁହାଁ ହେବେ ଓ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦ୍ୟାର୍ଥୀଙ୍କର କେତେକ ସମସ୍ୟାର ସମାଧାନ ହୋଇ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନାପାଇ ସଫଳତା ଲାଭ କରିବେ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆର୍ଥିକ, ପାରିବାରିକ ଏବଂ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ ଓ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କନ୍ୟା:-ସରକାରୀ କ୍ଷେତ୍ରରେ ଉନ୍ନତିହେବା ସହ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିପାରେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ରାଜନୈତିକ କ୍ଷେତ୍ରରେ ବାଦବିବାଦ ଠାରୁ ଦୂରେଇ ରହିବା ଉଚିତ । ଦୂରଯାତ୍ରା କଷ୍ଟକର ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ଶାରିରୀକ ଅସୁସ୍ଥତା ଦୂର ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଆଚାର ବ୍ୟବହାରରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଧନୁ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ସନ୍ତାନ ସୁଖରେ ସୁଖୀ ହେବେ ଓ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ପାରିବାରିକ ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ

ମକର:-ଘାକର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାମାଜିକ ସ୍ତରରେ ଖ୍ୟାତି ହେବ । ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ବୃଦ୍ଧି କଲେ ଆଶାତିତ ଲାଭବାନ୍ ହେବେ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ନୂତନ ଜାଗାର ନିମନ୍ତ୍ରଣ ବା ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇବେ । ପାରିବାରିକ ଜୀବନ ସୁଖମୟ ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳ ପ୍ରାପ୍ତି ହେବ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!