୨୦୨୨ମସିହା, ସେପ୍ଟେମ୍ବର ମାସ ୪ତାରିଖ, ରବିବାର, ସିଂହମାସ ୧୯ଦିନ, ଭାଦ୍ରବମାସ ଶୁକ୍ଳପକ୍ଷ, ଅଷ୍ଟମୀତିଥି ଦିବା ୧୦ଟା ୪୦ମିନିଟ୍ ପରେ ନବମୀତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ଦିବା ୨ଟା ୨୩ମିନିଟ୍ ପରେ ପ୍ରୀତି ଯୋଗ । ବବ କରଣ ଦିବା ୧୦ଟା ୪୦ମିନିଟ୍ ପରେ ବାଳବ କରଣ । ମେଷ ରାଶିର ଘାତବାର । ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୧୦ଟା ୪୦ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୧୦ଟା ୪୦ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୧୩ମିନିଟ୍ ରୁ ୧ଟା ୧୮ମିନିଟ୍, ରାତ୍ରି ୧ଟା ୧୩ମିନିଟ୍ ରୁ ୨ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୯ଟା ୪୧ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ୧ଟା ୪୮ମିନିଟ୍, ସନ୍ଧ୍ୟା ୬ଟା ୪୩ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍, ରାତ୍ର ୧୨ଟା ୧୦ମିନିଟ୍ ରୁ ୧ଟା ୧୨ମିନିଟ୍, ରାତ୍ର ୨ଟା ୪୧ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ସର୍ବସମ୍ମତ ରାଧାଷ୍ଟମୀ, ଦୁର୍ବାଷ୍ଟମୀ, ଖୁଦୁରୁକୁଣୀ ଓଷା ଚତୁର୍ଥ ପାଳି ।
ମେଷ:-କର୍ମଚାରୀ ମାନେ କର୍ମକ୍ଷେତ୍ରରେ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:- ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବା ସହ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ବ୍ୟବସାୟରେ ଭାଗୀଦାର ମାନଙ୍କ ସହ ମତାନ୍ତର ମନାନ୍ତରର ସମାଧାନ ହେବ । ଗୁରୁଜନଙ୍କ ଠାରୁ ସହଯୋଗ ପାଇବେ ଓ ପାରିବାରିକ ସୁଖ ପ୍ରାପ୍ତି ହେବ । ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପାରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖ, ସମ୍ପତ୍ତି ଲାଭ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ରାଜନୀତିରେ କୃତକାର୍ଯ୍ୟ ହୋଇ ଉଚ୍ଚଆଶା ସଫଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇ ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ । ପାରିବାରିକ ଜୀବନରେ ଶାନ୍ତି ଆସିବ । ବ୍ୟବସାୟରେ ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ସିଂହ:-ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରି ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । କର୍ମକ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହୋଇ ଆଶୀର୍ବାଦ ମିଳିବ । କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ କିନ୍ତୁ ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅନୁକୂଳ ହୋଇଥିବାରୁ ପ୍ରତିଯୋଗୀତା ପରୀକ୍ଷାରେ ସଫଳ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ପାରିବାରିକ ଜୀବନ ସୁଖମୟ ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ମତଭେଦର ନିରାକରଣ ହୋଇଯିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ତୁଳା:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀ ମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ରାଜନୀତିରେ ଲୋକସମର୍ଥନ ପାଇ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ । ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାମ ନିଶ୍ଚୟ ସମ୍ପନ୍ନ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-ସାମୁହିକ ଗତିବିଧି ଦ୍ଵାରା ଆପଣ ସଫଳତା ହାସଲ କରି ପାରିବେ । ଛାତ୍ରଛାତ୍ରୀ ମାନଙ୍କର ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଶଂସିତ ହେବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ ଓ ଭାଇ ଭଉଣୀଙ୍କ ସହ ଉତ୍ତମ ସମ୍ପର୍କ ରହିବ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବ । ଆତ୍ମବିଶ୍ଵାସ ଓ ମନବଳ ଦ୍ଵାରା ବହୁତ ଆଗକୁ ବଢି ପାରିବେ । ଅସହାୟ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । କୌଣସି ଗୋପନୀୟ କଥା ଉଜାଗର ହେବାର ସମ୍ଭାବାନା ଅଛି । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ଉଚିତ୍ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବା ସହ ବକେୟା ଅର୍ଥ କିଛି ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବୃଦ୍ଧିହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ହେବା ସହ ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
କୁମ୍ଭ:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହ ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହୋଇ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପାଇବେ । ଆକସ୍ମିକ ଧନ ଲାଭ ହେବ ଓ ପାରିବାରିକ ସୁଖ ଶାନ୍ତି ମିଳିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟା ସମାଧାନର ବାଟ ମିଳିବ ଓ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ । ବ୍ୟବସାୟୀକ ଯାତ୍ରା କରିବା ଦ୍ଵାରା ଧନ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
ମୀନ:-ସ୍ଵାସ୍ଥ୍ୟରେ ଉନ୍ନତି ହେବ, ମାନସିକ ସ୍ଥିତି ଭଲ ରହିବା ସହ ଆୟ ମଧ୍ୟ ଉତ୍ତମ ହେବ । ରାଜନୀତି କ୍ଷେତ୍ରରେ ନିଜଲୋକମାନେ ସାହାଯ୍ୟ ସହଯୋଗ କରିବେ । ଋଣରୁ ମୁକ୍ତି ହେବାପାଇଁ ଯୋଜନା କରିବେ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ପାରିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।