ଦୈନିକ ରାଶିଫଳ: ୦୫ ଏପ୍ରିଲ ୨୦୨୦, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୫ତାରିଖ, ରବିବାର, ମୀନ ମାସ ୨୩ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ପୋଇ ଓ ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୪୧ମିନିଟ୍ ରୁ ୯ଟା ୪୫ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ୧ଟା ୫୧ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଘାତ କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ। ବ୍ୟବସାୟରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଘାତ ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।  

ସିଂହ:-

ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:- 

ସାମାଜିକ ପତିଆରା ଅମଳିନ ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ଈର୍ଷାପରାୟଣ ବ୍ୟକ୍ତିମାନେ ଲଜ୍ଜିତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଉଚ୍ଚାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:- 

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଘାତ ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଯୋଗାଯୋଗ ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନାହିଁ।  ସତର୍କରେ ନ ଚାଲିଲେ ଅପବାଦ ବଦନାମ ହେବେ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ଆଚାର ବ୍ୟବହାର କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ଧନର ଆଗମନ ହୋଇପାରେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:- 

ସରକାରୀ କାମରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବା ସହ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ମାମଲା ବହୁତ ସହଜ  ସରଳ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ରାଜନୀତିରେ ଉନ୍ନତି ହେବା ସହ ବନ୍ଧୁ ମିତ୍ରଙ୍କ ସହାୟତା ମିଳିବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବିଦ୍ୟା କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!