ଦୈନିକ ରାଶିଫଳ: 05 ଏପ୍ରିଲ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୫ତାରିଖ, ମଙ୍ଗଳବାର, ମୀନ ମାସ ୨୨ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି ଦିବା ୩ଟା ୪୬ ମିନିଟ୍ ପରେ ପଞ୍ଚମୀ ତିଥି, କୃତ୍ତିକା ନକ୍ଷତ୍ର, ଦିବା ୪ଟା ୫୨ମିନିଟ୍ ପରେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ସକାଳ ୭ଟା ୫୯ମିନିଟ୍ ପରେ ଆୟୁଷ୍ମାନ ଯୋଗ । ବିଷ୍ଟି କରଣ ଦିବା ୩ଟା ୪୬ମିନିଟ୍ ପରେ ବବ କରଣ । ମକର ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ଦିବା ୩ ଟା ୪୬ ମିନିଟ୍ ପରେ ବେଲ,ପଣସ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ଦିବା ୩ଟା ୪୬ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୧୩ମିନିଟ୍ ରୁ ୮ଟା ୪୫ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ସନ୍ଧ୍ୟା ୭ଟା ୨୬ମିନିଟ୍ ରୁ ରାତ୍ରି ୮ଟା ୫୪ମିନିଟ୍ । ଶୁଭସମୟ- ଦିବା ୮ଟା ୪୫ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୦୩ମିନିଟ୍, ଦିବା ୧ଟା ୨୨ମିନିଟ୍ ରୁ ଦିବା ୪ଟା ୨୬ମିନିଟ୍ ରୁ ୫ଟା ୯ମିନିଟ୍ ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ରାତ୍ର ୧୧ଟା ୨୬ମିନିଟ୍, ରାତ୍ର ୧ଟା ୪୬ମିନିଟ୍ ରୁ ୩ଟା ୨୦ମିନିଟ୍ । ପର୍ବଦିନ-ଚୈତ୍ର ମଙ୍ଗଳବାର ଓଷା ତୃତୀୟ ପାଳି ।

ମେଷ:-ଦୂର ଯାତ୍ରାରେ ସଫଳତା ମିଳିବ । ନୂତନ ବ୍ୟବସାୟ ଆରମ୍ଭ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟ ଦାୟକ ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ ଓ ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ରାଜନୀତିରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭର ସୁଯୋଗ ମିଳିପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ଇଲେକ୍ଟ୍ରୀ, ଇଲେକ୍ଟ୍ରୋନିକସ୍, ଠିକାଦାରୀ, ଧାତୁବ୍ୟବସାୟୀ, ଔଷଧଦୋକାନ, ଭୋଜନାଳୟ, କଳକାରଖାନା, ଖଣିଜପଦାର୍ଥ, ଗୁଡ଼, ଲଙ୍କାମରିଚ, ମସୁରଡାଲି, ଧାନ, ଗହମ ଇତ୍ୟାଦି ବ୍ୟବସାୟ କରୁଥିବା ବ୍ୟକ୍ତିମାନେ କିମ୍ବା ଏହି ସଂସ୍ଥାରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଅଟକିଥିବା କାର୍ଯ୍ୟ ପୂରଣ ହେବ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସ୍ଵାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମକର:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଫଳରେ କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟରେ ଆଶାତୀତ ଲାଭହେବ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟି ଶାରୀରିକ କଷ୍ଟ ଦୂର ହେବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପୁରୁଣା ନିବେଶ ଲାଭ ଦେବ । ଘର ଜାଗା ଓ ସମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!