ଦୈନିକ ରାଶିଫଳ: 05 ଏପ୍ରିଲ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମଚାରୀ ମାନଙ୍କର ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ସମାଧାନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ରାଜନୀତିରେ ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଦୂର ଯାତ୍ରାରେ ସଫଳ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ ଓ ନୂତନବନ୍ଧୁଙ୍କ ଆଗମନ ହେବ । ଭ୍ରାତୃ ବିବାଦ ଓ ପଡୋଶୀ କଳହର ସମାଧାନ ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆଧ୍ୟାତ୍ମିକ ଓ ବୌଦ୍ଧିକ ଭାବନାରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ମିତ୍ରମାନଙ୍କ ସହଯୋଗରେ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସହକର୍ମୀଙ୍କ ସହାୟତା, ବନ୍ଧୁ ମିତ୍ରମାନଙ୍କ ସମର୍ଥନ ପାଇ ଶତୃମାନଙ୍କୁ ପରାସ୍ତ କରିବେ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ପାଇ ବାଦବିବାଦର ଅବସାନ ଘଟିବ । ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟୀମାନେ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ । ପରିବାରରେ ଆର୍ଥିକ ସଙ୍କଟ ଦୂରେଇ ଯାଇ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ କ୍ଷତିରେ ପଡିବେ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ ଓ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ଧନୁ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମାନସିକ ଦୁଶ୍ଚିନ୍ତା ଦୂରହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ସହକର୍ମୀ ମାନଙ୍କ ଦ୍ୱରା ବିବାଦୀୟ ପରିସ୍ଥିତିର ସମାଧାନ ହୋଇ ପାରିବ । ରାଜକୀୟ କାର୍ଯ୍ୟ ବା ସରକାରୀ କାର୍ଯ୍ୟରେ ସଫଳତା ପାଇବେ । ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।

ମକର:-ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ଭାଇଙ୍କ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ । ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!