ଦୈନିକ ରାଶିଫଳ: 05 ଅଗଷ୍ଟ 2022, ମା ସନ୍ତୋଷୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୫ତାରିଖ, ଶୁକ୍ରବାର, କର୍କଟମାସ ୨୦ଦିନ, ଶ୍ରାବଣମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ସ୍ଵାତୀନକ୍ଷତ୍ର ସନ୍ଧ୍ୟା ୬ଟା ୩୬ମିନିଟ୍ ପରେ ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ଶୁଭ ଯୋଗ ଦିବା ୨ଟା ୫୧ମିନିଟ୍ ପରେ ଶୁକ୍ଳ ଯୋଗ । ବିଷ୍ଟି କରଣ ଦିବା ୪ଟା ୩୬ମିନିଟ୍ ପରେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ନଡିଆ, ଆମିଷ ନ ଖାଇଲେ ଭଲ ରାତି ୩ଟା ୫୭ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୩ଟା ୫୭ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୧ଟା ୫୨ମିନିଟ୍, ରାତ୍ରି ୯ଟା ୫ମିନିଟ୍ ରୁ ୧୦ଟା ୨୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୮ମିନିଟ୍ ରୁ ୬ଟା ୧୭ମିନିଟ୍, ସକାଳ ୭ଟା ୧୧ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୪ଟା ୩୬ମିନିଟ୍ ରୁ ୬ଟା ୧୬ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ୯ଟା ୪ମିନିଟ୍, ରାତ୍ର ୧ଟା ୪୫ମିନିଟ୍ ରୁ ୩ଟା ୫୭ମିନିଟ୍ ।

ମେଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ଆୟ ଉପାର୍ଜନ କ୍ଷେତ୍ରକୁ ମଜଭୁତ କରିବେ । ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବା ଫଳରେ ବୃତ୍ତିଗତ ଦୃଷ୍ଟିରୁ ମଧ୍ୟ ସୁରକ୍ଷିତ ରହିବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଦୂରଯାତ୍ରା କରିବେ ଓ ମନ ଭଲ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବକେୟା ଅର୍ଥ କିଛି ମିଳିବା ଫଳରେ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । କୋର୍ଟ କଚେରୀ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇ ମାନସିକ ଶାନ୍ତି ପାଇବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବା ସହ ଆର୍ଥିକ ସହାୟତା ପାଇବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମିଥୁନ:-ଶୁଭ ସମ୍ବାଦ ଶୁଣିବେ ଓ କାହାକୁ ଉପହାର ଦେବାକୁ ପଡିପାରେ । ଯାତ୍ରା କରିବା ଦ୍ୱାରା ମନ ଭଲ ରହିବ । ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ସନ୍ତୁଷ୍ଟ ହୋଇ ସୁଖ ଶାନ୍ତିରେ ଦିନଟି କଟାଇବେ । ବ୍ୟବସାୟରେ ଭଲଲାଭ କରିବାର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କର୍କଟ:-ବନ୍ଧୁବାନ୍ଧବ ଓ ପରିବାର ସଦସ୍ୟଙ୍କ ସହିତ ସମୟ ଭଲରେ ଅତିବାହିତ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଚାକିରୀରେ ଅଧିକାରର ବୃଦ୍ଧି ପାଇବ ଓ ଆୟ ବୃଦ୍ଧି ହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:- ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଶତ୍ରୁବାଧା ଦୂରେଇ ଯିବ । ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ହେବା ଦ୍ୱାରା ଲାଭଦାୟକ ହେବେ । ବାକି ପଡିଥିବା ଅର୍ଥ ହାସଲ କରିବାରେ ସଫଳ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ଆୟ ଉପାର୍ଜ୍ଜନର ବୃଦ୍ଧି, ଋଣରୁ ମୁକ୍ତି ମିଳିବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସନ୍ତାନ ସୁଖ ପ୍ରାପ୍ତି ହେବ । ସମ୍ପର୍କିୟ ବନ୍ଧୁଙ୍କଠାରୁ ସହଯୋଗ ପାଇ ବ୍ୟବସାୟ ସ୍ୱାଭାବିକ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କର୍ମକ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ । ବନ୍ଧୁଙ୍କ ଆଗମନ ହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶିକ୍ଷା କିମ୍ବା ସାଂଗଠନ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ବ୍ୟବସାୟରେ ଦୂରଯାତ୍ରା କରି ସଫଳତା ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ଶାରୀରିକ କଷ୍ଟ ଦୂରେଇ ଯିବ । ଗୃହ, ଜମି ସମସ୍ୟାକୁ ନେଇ ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆପଣଙ୍କର ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନାରେ ସଫଳ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!