ଦୈନିକ ରାଶିଫଳ: 05 ଡିସେମ୍ବର 2022, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୫ତାରିଖ, ସୋମବାର, ବିଛାମାସ ୨୦ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ଅଶ୍ଵିନୀ ନକ୍ଷତ୍ର ସକାଳ ୭ଟା ୧୫ମିନିଟ୍ ପରେ ଦ୍ଵିଜାନକ୍ଷତ୍ର, ମେଷରାଶିରେ ଚନ୍ଦ୍ର। ପରିଘ ଯୋଗ। କୌଳବ କରଣ ସନ୍ଧ୍ୟା ୬ଟା ୧୯ମିନିଟ୍ ପରେ ତୈତିଳ କରଣ। ମିଥୁନ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ତ୍ରୟୋଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୩୨ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୨ଟା ୨୦ମିନିଟ୍ ରୁ ୩ଟା ୪୧ମିନିଟ୍, ରାତ୍ରି ୯ଟା ୫୮ମିନିଟ୍ ରୁ ୧୧ଟା ୩୭ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୧୨ମିନିଟ୍ ରୁ ୭ଟା ୩୧ମିନିଟ୍, ଦିବା ୯ଟା ୫ମିନିଟ୍ ରୁ ୧୧ଟା ୧୪ମିନିଟ୍, ରାତ୍ର ୭ଟା ୪୧ମିନିଟ୍ ରୁ ୯ଟା ୫୭ମିନିଟ୍, ରାତ୍ର ୨ଟା ୪୨ମିନିଟ୍ ରୁ ୩ଟା ୩୨ମିନିଟ୍। ପର୍ବଦିନ- ଗୀତା ଜୟନ୍ତୀ, ଅନଙ୍ଗ ତ୍ରୟୋଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି। ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର-ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-ଯାତ୍ରାଫଳରେ ଉତ୍ସାହିତ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ। ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ପ୍ରତିକାର- କମଳାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରନ୍ତୁ ନାହିଁ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ତୁଳା:-ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ। ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ:-ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଗୃହୋପକରଣ କ୍ରୟ କରିବେ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ମଉଜ-ମସ୍ତିରେ ସମୟ କଟିପାରେ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଭୃତ୍ୟ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!