୨୦୨୩ ମସିହା, ଫେବୃୟାରୀ ମାସ ୫ ତାରିଖ, ରବିବାର, ମକର ମାସ ୨୩ଦିନ, ମାଘ ମାସ, ଶୁକ୍ଳପକ୍ଷ, ପୁର୍ଣିମାତିଥି, ପୁଷ୍ୟା ନକ୍ଷତ୍ର ଦିବା ୧୨ଟା ୧୨ମିନିଟ ପରେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ଦିବା ୨ଟା ୪୦ମିନିଟ୍ ପରେ ସୌଭାଗ୍ୟ ଯୋଗ । ବିଷ୍ଟି କରଣ ଦିବା ୧୦ଟା ୪୫ମିନିଟ୍ ପରେ ବବ କରଣ । ମେଷ ରାଶିର ଘାତବାର । ନିଷିଦ୍ଧ ଖାଦ୍ୟ- ଆମିଷ ତୈଳ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୧୧ଟା ୫୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପୁର୍ଣିମାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ଦିବା ୧୨ଟା, ଦିବା ୧୨ଟା ରୁ ୧ଟା ୨୪ମିନିଟ୍, ରାତ୍ରି ୧ଟା ୩୬ମିନିଟ୍ ରୁ ୩ଟା ୧୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୪ମିନିଟ୍ ରୁ ୧୦ଟା ୮ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୨୮ମିନିଟ୍ ରୁ ୯ଟା, ରାତ୍ର ୧୨ଟା ୨୬ମିନିଟ୍ ରୁ ରାତ୍ର ୧ଟା ୩୬ ମିନିଟ୍, ରାତ୍ର ୩ଟା ୧୨ମିନିଟ୍ ରୁ ୩ଟା ୫୦ମିନିଟ୍ । ପର୍ବଦିନ- ମାଘପୂର୍ଣିମା, ଅଗ୍ନିଉତ୍ସବ ।
ମେଷ:-କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ଦୂରଯାତ୍ରା କରି ବି ଶାରୀରିକ କଷ୍ଟ ଦୂରେଇ ଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । କ୍ୟାରିଅର ସମସ୍ୟା ସମାଧାନର ବାଟ ମିଳିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ:-ସ୍ୱାସ୍ଥ୍ୟ ଭଲ ରହିବ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ କରି ପାରିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ପରିବାରର କେତେକ ସମସ୍ୟା ନେଇ, କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କର୍କଟ:-ସକଳ କାର୍ଯ୍ୟରେ ସଫଳତା ମିଳିବ । ମାନସିକ ଅଶାନ୍ତି ଦୂର ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ମହିଳାମାନଙ୍କ ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ବିଶେଷ ଲାଭ କରି ପାରିବେ । ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ:-ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ଧାର୍ମିକ କାର୍ଯ୍ୟରେ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ସାମାଜିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଅତ୍ୟଧିକ ଲାଭବାନ ହେବେ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।
ତୁଳା:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଅଚାନକ ଭାବରେ ଧନ ପ୍ରାପ୍ତି ହେବ । ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ । ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସହଯୋଗ ପ୍ରାପ୍ତି ହେବାସହ ସ୍ଥିତି ସୁଦୃଢ଼ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ । ଦୂରଯାତ୍ରାରେ ସଫଳତା ମିଳିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଅଭିଳଷିତ ଜିନିଷ କ୍ରୟ କରି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ:-ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବିବାଦବିବାଦରେ ସଫଳତା ମିଳିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ବାକିଥିବା ଅର୍ଥ ପ୍ରାପ୍ତି ହେବ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରି ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆୟ ଉପାର୍ଜନର ବୃଦ୍ଧି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ । ନୂତନ ଗୃହ ଆଦି ଲାଭ ହୋଇପାରେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ ।
ମୀନ:-ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।