ଦୈନିକ ରାଶିଫଳ: 05 ଜାନୁୟାରୀ 2023, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୫ତାରିଖ, ଗୁରୁବାର, ଧନୁମାସ ୨୧ଦିନ, ପୌଷମାସ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ପୁର୍ଣିମା ନିଶାନ୍ତ ୪ଟା ୪୭ମିନିଟ୍ ପରେ ପ୍ରତିପଦତିଥି, ମୃଗଶିରା ନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର। ଶୁକ୍ଳ ପ୍ରାତଃ ୭ଟା ୩୩ ପରେ ବ୍ରହ୍ମ ଯୋଗ। ଗର କରଣ ଦିବା ୧ଟା ୬ମିନିଟ୍ ପରେ ବଣିଜ ରାତ୍ରି ୨ଟା ୧୪ ମିନିଟ ପରେ ବିଷ୍ଟି କରଣ। ତୁଳା, କୁମ୍ଭ ରାଶିର ଘାତବାର। ବିଛା ରାଶିର ଦିବା ୮ଟା ୫ ମିନିଟ ପରେ କନ୍ୟା ରାଶିର ଘାତଚନ୍ଦ୍ର। ରାତି ୨ଟା ୧୪ ମିନିଟ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତ୍ରି ୨ଟା ୧୪ ପରେ ବାୟବ୍ୟେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଦସୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧ଟା ୧୩ମିନିଟ୍ ରୁ ୨ଟା ୩୪ମିନିଟ୍, ରାତ୍ରି ୧୧ଟା ୫୨ ମିନିଟରୁ ୧ଟା ୩୦ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୨୬ମିନିଟ୍ ରୁ ୭ଟା ୫୩ମିନିଟ୍, ଦିବା ୧ଟା ୪୦ ମିନିଟରୁ ୩ଟା ୭ମିନିଟ, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ୯ଟା ୨୬ମିନିଟ୍, ରାତ୍ର ୧ଟା ୩୦ମିନିଟ୍ ରୁ ୩ଟା ୪୮ମିନିଟ୍, ରାତ୍ର ୪ଟା ୪୧ମିନିଟ୍ ରୁ ୬ଟା ୨୬ମିନିଟ୍। ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାରରେ ଅପ୍ରୀତିକର ପରିସ୍ଥିତିକୁ ସୁଧାରିବା ପାଇଁ ଚେଷ୍ଟା କରି ସମାଧାନ କରିବେ। ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବୃଷ:-ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ। ରାଜନୀତିରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ। ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ମିଥୁନ:-ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ନୂଆ ଚାକିରୀ ମଧ୍ୟ ମିଳିପାରେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ। ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ସିଂହ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ। ପରିବାରରେ ସୁଖଶାନ୍ତି ଫେରି ଆସିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଦୂରସ୍ଥାନକୁ ଯାତ୍ରା କରିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ରାଜନୈତିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇ ପାରେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ବ୍ୟବସାୟ ବଢାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ବାହନ ଆଦି କ୍ରୟ କରିପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। କାର୍ଯ୍ୟ କ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ। ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ। ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ମାଆବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ ପ୍ରତିଷ୍ଠା ଓ ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।

କୁମ୍ଭ:-କାରବାର ବଢିବ ଓ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ଶତୃମାନେ ଦୂରେଇ ଯିବେ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!