ଦୈନିକ ରାଶିଫଳ: 05 ଜାନୁୟାରୀ ୨୦୨୧, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜାନୁୟାରୀମାସ ୫ତାରିଖ, ମଙ୍ଗଳବାର, ଧନୁମାସ ୨୨ଦିନ, ପୌଷମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଉତ୍ତରା ଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୮ମିନିଟ୍, ସକାଳ ୯ଟା ୧୦ମିନିଟ୍ ରୁ ୧୧ଟା ୨୯ମିନିଟ୍, ସନ୍ଧ୍ୟା ୫ଟା ୧୮ମିନିଟ୍ ରୁ ୬ଟା ୫୫ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ୮ଟା ୪୭ମିନିଟ୍, ରାତ୍ର ୯ଟା ୪୧ମିନିଟ୍ ରୁ ରାତ୍ର ୧୨ଟା ୧୭ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରି ପ୍ରଶଂସିତ ହେବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମନୋ କାମନା ପୂରଣ ହେବ ଓ ନୂତନ ଗୃହସୁଖ ମିଳିବ । ପ୍ରେମିକ ପ୍ରେମିକାମାନେ କୌଣସି ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

କର୍ମକ୍ଷେତ୍ରରେ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିଲେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପାରିବାରିକ ଜୀବନରେ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ । ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳ ହେବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସମସ୍ୟା ସମାଧାନ ହୋଇ ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବା ସହ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରେମୀକ ପ୍ରେମିକାଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଆର୍ଥିକସ୍ଥିତିରେ ସୁଧାର ଆସିମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା ଅଚାନକ ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାର୍ଥୀମାନେ ଉଚ୍ଚଶିକ୍ଷାର ସୁବିଧା ସୁଯୋଗ ପାଇବେ । କର୍ମସଂଧାନୀମାନେ ନୂତନ କର୍ମ ନିଯୁକ୍ତି ପାଇବେ । ଘରୋଇ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

କୁଟୁମ୍ବ ଜନଙ୍କ ସାହାଯ୍ୟ ଦ୍ଵାରା ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-

ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରି ପାରନ୍ତି । କର୍ମୋନ୍ନତି, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଧନ ମିଳିଯାଇ ପାରେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବାସସ୍ଥାନ ବା ଯାନବାହାନର ନବୀକରଣ କରିବାରେ ସଫଳ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ । ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ବ୍ୟବସାୟରେ ଅଧିକ ପରିଶ୍ରମ କରି ଆଶାତୀତ ଲାଭ ପାଇବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଦାମ୍ପତ୍ୟ ସୁଖରେ ଉନ୍ନତି ହେବ । ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ ଓ ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ବିଜୟୀହେବେ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

ଧନୁ:-

ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ ସବୁଥିରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟରେ ପ୍ରସାର, ପ୍ରଚାର କରି ଆଶା ମୁତାବକ ଲାଭ ପାଇବେ । ପାରିବାରିକ ଜୀବନରେ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଭଲ କାମ କରି ସୁଖରେ ଦିନଟି ବିତାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-

ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ମାତାପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ:-

ଘରୋଇ କର୍ମଚାରୀମାନେ ସହକର୍ମୀ ମାନଙ୍କ ସାହାଯ୍ୟ ସହଯୋଗ ପାଇ ଶାନ୍ତି ଅନୁଭବ କରିବେ । ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ପାରିବାରିକ ସମସ୍ୟାକୁ ସୁଧାରି ନେବା ଉଚିତ୍ । ଶାରୀରିକ କଷ୍ଟ ଭୋଗ କରି ପାରନ୍ତି । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-

ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ପ୍ରେରଣା ପାଇ ସାମାଜିକ ପ୍ରତିଷ୍ଠା ବଢ଼ିବ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!