ଦୈନିକ ରାଶିଫଳ: 05 ଜୁଲାଇ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୫ ତାରିଖ, ସୋମବାର, ମିଥୁନ ମାସ ୨୧ ଦିନ, ଆଷାଢ ମାସ, କୃଷ୍ଣପକ୍ଷ, ଏକାଦଶୀ ତିଥି, ଦ୍ଵିଜା ନକ୍ଷତ୍ର, ଦିବା ୧୨ଟା ୧୨ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଧୃତି ଯୋଗ, ବବ କରଣ, ସକାଳ ୯ଟା ୧୩ମିନିଟ୍ ଗତେ ବାଳବ କରଣ । ମିଥୁନ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ, ରାତି ୧୦ଟା ୩୦ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଆଗ୍ନେୟ ରାତି ୧୦ଟା ୩୦ମିନିଟ୍ ପରେ ନୈରୁତ । ଶ୍ରାଦ୍ଧ ତର୍ପଣ- ୧୧ଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ସକାଳ ୬ଟା ୫୫ମିନିଟ୍ ରୁ ଦିବା ୮ଟା ୩୩ମିନିଟ୍ । ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୭ମିନିଟ୍ । ରାତ୍ରି ୧୦ଟା ୩୦ମିନିଟ୍ ରୁ ରାତି ୧୧ଟା ୫୧ମିନିଟ୍ । ଶୁଭସମୟ- ସକାଳ ୮ଟା ୪୭ମିନିଟ୍ ରୁ ୧୦ଟା ୩୧ମିନିଟ୍, ରାତ୍ର ୯ଟା ୨୦ମିନିଟ୍ ରୁ ରାତ୍ର ୧୦ଟା ୨୯ମିନିଟ୍, ରାତ୍ର ୧୧ଟା ୫୨ମିନିଟ୍ ରୁ ୧୨ଟା ୧୨ମିନିଟ୍, ରାତ୍ର ୧ଟା ୪୦ମିନିଟ୍ ରୁ ୩ଟା ୫ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ଯୋଗିନୀ ଖଳିଲାଗି ଏକାଦଶୀ ।

ମେଷ:-

କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ କର୍ମକ୍ଷେତ୍ରରେ ଯୋଗାଯୋଗ କଲେ ଆଶା କରୁଥିବା ସ୍ଥାନକୁ ସ୍ଥାନାନ୍ତରଣ ହୋଇ ପାରିବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୁରାତନରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ଛାତ୍ର-ଛାତ୍ରୀମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହୋଇପାରେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ସରକାରୀ କର୍ମଚାରୀମାନେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୀତି କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ରହିଲେ ବିପଦର ସମ୍ମୁଖୀନ ହେବେ ନାହିଁ । ପୁରୁଣା ସମସ୍ୟା ସୁଧୁରିଯିବ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନା କରି ନୂତନଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖୁସିହେବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ସୁଖସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହେବ । ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହୋଇ ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଖୁସି ହେବେ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ବିଶେଷ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ପରିଶ୍ରମ କରିବାକୁ ପଡ଼ିବ । କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦ ଆଗକୁ ବଢ଼ିବ । ନିଜର ଭୁଲ୍ ଯୋଗୁ କିଛି ଅର୍ଥ ହାନି ହେବ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-

ଶରୀର ସୁସ୍ଥ ରହିବ ଓ ଧର୍ମ-କର୍ମରେ ରୁଚି ବଢିବ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ ଓ ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବିଦ୍ୟାରେ ଉନ୍ନତି ଘଟିବ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-

ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଛାତ୍ର-ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ଧନୁ:-

ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରି ପାରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ଛାତ୍ର ଛାତ୍ରୀମାନଙ୍କର ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ବୃତ୍ତିଗତ ଦୃଷ୍ଟିରୁ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ସୁରକ୍ଷିତ ରହିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

ମୀନ:-

ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ଘଟିବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ମିଷ୍ଟାନ ଭୋଜନ, ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!