ଦୈନିକ ରାଶିଫଳ: 05 ଜୁନ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ସବୁ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୫ତାରିଖ, ରବିବାର, ବୃଷମାସ ୨୨ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ଷଷ୍ଠୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । କୌଳବ କରଣ ସନ୍ଧ୍ୟା ୫ଟା ୫୦ମିନିଟ୍ ପରେ ତୈତିଳ କରଣ । ମେଷ ରାଶିର ଘାତବାର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧ଟା ୨୩ମିନିଟ୍, ରାତ୍ରି ୧ଟା ୬ମିନିଟ୍ ରୁ ୨ଟା ୨୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୫୬ମିନିଟ୍ ରୁ ୯ଟା ୩୨ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ୨ଟା ୪୮ମିନିଟ୍, ଦିବା ୪ଟା ୩୫ମିନିଟ୍ ରୁ ୪ଟା ୪୦ମିନିଟ୍, ସନ୍ଧ୍ୟା ୬ଟା ୨୦ମିନିଟ୍ ରୁ ୭ଟା ୪୫ମିନିଟ୍, ରାତ୍ର ୧୦ଟା ୪୧ମିନିଟ୍ ରୁ ରାତ୍ର ୧୨ଟା ୪୯ମିନିଟ୍ । ପର୍ବଦିନ- ଶୀତଳ ଷଷ୍ଠୀ, ଆରଣ୍ୟକ ଷଷ୍ଠୀ ବା ସ୍କନ୍ଦ ଷଷ୍ଠୀ ।

ମେଷ:-ସଭାସମିତି ଓ ସମାଜିକ କାର୍ଯ୍ୟଯୋଗେ ଆତ୍ମୀୟମାନଙ୍କ ସାହାଯ୍ୟ ନେବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୀତିରେ ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ବିଦ୍ୟା କ୍ଷେତ୍ରରେ ବିଶେଷ ଲାଭ ପାଇବା ସହ ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ପରିବାରରେ ସୁସମ୍ପର୍କ ବୃଦ୍ଧି ପାଇବ । ସଭାସମିତି ଓ ସମାଜିକ କାର୍ଯ୍ୟରେ ଯୋଗ ଦେଇ ସାହାଯ୍ୟ ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ରାଜନୈତିକ କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ରାଜନୈତିକ କ୍ଷେତ୍ରରେ ଅନେକ ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଅଫିସରେ କିମ୍ବା କର୍ମକ୍ଷେତ୍ରରେ କାମଗୁଡ଼ିକ ସହଜରେ ହୋଇଯିବ । ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଆତ୍ମୀୟମାନଙ୍କ ସମ୍ମୁଖରେ ମୁଣ୍ଡ ନୂଆଁଇବାକୁ ବାଧ୍ୟହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ନୂତନକର୍ମ ଯୋଗୁ ଆୟବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ବ୍ୟବସାୟରେ ଉନ୍ନତି କରିବେ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆକସ୍ମିକ ଧନପ୍ରାପ୍ତି ହୋଇ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ କୃତକାର୍ଯ୍ୟ ହୋଇ ପ୍ରଶଂସିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଦୂରଯାତ୍ରା କରି ମନ ଖୁସି ରହିବ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ । କର୍ମ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବା ଫଳରେ ଆୟ ବୃଦ୍ଧି ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ଧନୁ:-ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ ଚେଷ୍ଟା ସଫଳ ହେବା ଫଳରେ ଶାନ୍ତିପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଦୂରଯାତ୍ରାର ସୁଯୋଗ ମିଳିବ ଓ ଦୂରଯାତ୍ରାରେ ସଫଳ ହେବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ସହଯୋଗ କରିବାର ପ୍ରତିଶ୍ରୁତି ପାଇ ଗୃହରେ ଶୁଭକାର୍ଯ୍ୟର ଆୟୋଜନ କରି ପାରନ୍ତି । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଉଚ୍ଚ ପଦାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବା ଫଳରେ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା ଜାରି ରଖିବେ । ପ୍ରତିକାର- ନୀଳରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଉଚିତ ପନ୍ଥା ଗ୍ରହଣ କରି ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । କର୍ମକ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅର୍ଥଲାଭର ମାର୍ଗ ଖୋଲିଯିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!