ଦୈନିକ ରାଶିଫଳ: 05 ମାର୍ଚ୍ଚ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୫ତାରିଖ, ଶୁକ୍ରବାର, କୁମ୍ଭମାସ ୨୨ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ଅନୁରାଧା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ତାଳ ନ ଖାଇଲେ ଭଲ, ରାତି ୭ଟା ୫୪ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୭ମିନିଟ୍ ରୁ ୬ଟା ୫୨ମିନିଟ୍, ସକାଳ ୭ଟା ୪୧ମିନିଟ୍ ରୁ ୯ଟା ୧ମିନିଟ୍, ଦିବା ୧୨ଟା ୨୨ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୧୬ମିନିଟ୍ ରୁ ୫ଟା ୪୮ମିନିଟ୍, ସନ୍ଧ୍ୟା ୭ଟା ୨୮ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍ । ପର୍ବଦିନ- ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । କାରବାରରେ ସ୍ଥିତି ଠିକ୍ ରହିବ । ବିଦ୍ୟାର୍ଥୀଙ୍କ ମାନସିକସ୍ଥିତି ଭଲ ରହିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି । ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ଚାକିରୀରେ ପ୍ରମୋଶନ ମିଳିବାର ସମ୍ଭାବନା ଅଛି । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ପରିବାରରେ ଆଦରପାଇ ସୁଖଭୋଗ କରିବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବିଦେଶ ଯାତ୍ରାରେ ସୁଖଶାନ୍ତି, ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଅଧିକାରୀଙ୍କଠାରୁ ଅଧିକ ସହଯୋଗ ମିଳିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଆଶାତୀତ ଲାଭ ଉଠେଇବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

କର୍କଟ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ରୋଗୀ, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ରାଜନୀତିରେ ସଫଳତା ପାଇ ପ୍ରସଂଶା ମିଳିବ ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ବାଦବିବାଦ,ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ ଓ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-

ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ଶିଳ୍ପବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନେ ସାମାନ୍ୟ ଚେଷ୍ଟାରେ ଅଧିକ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କର୍ମକ୍ଷେତ୍ରରେ ସହକର୍ମଚାରିଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ପିଲାଙ୍କ ସହ ଖୁସିରେ ରହିବା ଫଳରେ ସାମୟିକ ଚିନ୍ତା ଦୂରହେବ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଲେ ମଧ୍ୟ ନିଃସଙ୍ଗତା ବୋଧର ପୀଡା ଅନୁଭବ କରି ପାରନ୍ତି । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ । ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ ଓ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ଶାରୀରିକ କଷ୍ଟ ଭୋଗିବେ । ଶତୃମାନେ କ୍ଷତି କରିବେ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ସତର୍କ ରହିଲେ ଲାଭଦାୟକ ହେବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ କେତେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ଅନେକ କାର୍ଯ୍ୟରେ ପରିଶ୍ରମ ଦ୍ୱାରା ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ରାଜନୈତିକ କ୍ଷେତ୍ରରେ ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

କୁମ୍ଭ:-

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ନୂଆ ନିଯୁକ୍ତିର ସମ୍ଭାବନା ଅଛି । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବା ସହ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!