ଦୈନିକ ରାଶିଫଳ: 05 ମାର୍ଚ୍ଚ 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚ ମାସ ୫ ତାରିଖ, ରବିବାର, କୁମ୍ଭମାସ ୨୧ ଦିନ, ଫାଲଗୁନ ମାସ, ଶୁକ୍ଲପକ୍ଷ, ତ୍ରୟୋଦଶୀ ତିଥି ଦିବା ୨ଟା ୭ ମିନିଟ ପରେ ଚତୁର୍ଦଶୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ଅତିଗଣ୍ଡ ଯୋଗ ରାତ୍ରି ୮ଟା ୨୦ ମିନିଟ ପାରେ ସୁକର୍ମା ଯୋଗ। ତୈତିଳ କରଣ ଦିବା ୨ଟା ୭ମିନିଟ୍ ପରେ ଗର କରଣ। ମେଷ ରାଶିର ଘାତବାର। ରାତ୍ର ୯ଟା ୩୦ ମିନିଟ ପରେ କର୍କଟ ଓ ମକର ରାଶିର ଘାତଚନ୍ଦ୍ର। ନିଷିଦ୍ଧ ଖାଦ୍ୟ- ବାଇଗଣ ନ ଖାଇଲେ ଭଲ ଦିବା ୨ଟା ୭ ମିନିଟ୍ ପରେ ବିରି ଜାତୀୟ ଖାଦ୍ୟ, ତୈଳ ନ ଖାଇଲେ ଭଲ। ଯୋଗିନୀ-ଦକ୍ଷିଣେ ଦିବା ୨ଟା ୭ ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଶ୍ରାଦ୍ଧ। ଅଶୁଭସମୟ- ଦିବା ୧୦ଟା ୩୦ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୩୦ମିନିଟ୍ ରୁ ୩ଟା ୨ମିନିଟ୍ । ଶୁଭସମୟ- ସକାଳ ୬ଟା ୭ମିନିଟ୍ ରୁ ୧୦ଟା ୧ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୫ମିନିଟ୍, ସନ୍ଧ୍ୟା ୬ଟା ୩୮ମିନିଟ୍ ରୁ ୯ଟା ୫ ମିନିଟ, ରାତ୍ର ୧୨ଟା ୨୨ମିନିଟ୍ ରୁ ୧ଟା ୩୦ ମିନିଟ, ରାତ୍ର ୩ଟା ୨ମିନିଟ୍ ରୁ ୩ଟା ୩୯ ମିନିଟ। ପର୍ବଦିନ – ଶିବ ଚତୁର୍ଦଶୀ ଓ ବେଢା ପରିକ୍ରମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପରିବା ଚାଷି ଓ ବ୍ୟବସାୟୀମାନେ ଆଶାତୀତ ଲାଭପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଛାତ୍ର-ଛାତ୍ରୀମାନେ ବିଦ୍ୟାରେ ଉନ୍ନତି କରିବେ ଓ ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ସନ୍ତାନ ଯୋଗେ ଆନନ୍ଦିତ ହେବେ। ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇ ପାରିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଲୋକସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

କର୍କଟ:-ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁ-ଖବର ଶୁଣି ଖୁସି ହେବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରି ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ସିଂହ:-ସାମାଜିକ କ୍ଷେତ୍ରରେ ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋଭାବ ସୃଷ୍ଟି କରିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଅଟକି ଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟିତ ହେବେ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନା ଯୁକ୍ତ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡି ପାରେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। କାର୍ଯ୍ଯ।ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କୁମ୍ଭ:-ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ନୂଆ ଜ୍ଞାନର ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!