ଦୈନିକ ରାଶିଫଳ: ୦୫ ମଇ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୫ତାରିଖ, ମଙ୍ଗଳବାର, ମେଷମାସ ୨୩ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ହସ୍ତାନକ୍ଷତ୍ର, କନ୍ୟାରାଶିରେ ଚନ୍ଦ୍ର ମକରରାଶିର ଘାତବାର ବୃଷ ରାଶିର ଘାତଚନ୍ଦ୍ର। ବାଇଗଣ ଖାଇଲେ ଭଲଶୁଭସମୟ ସକାଳ ୮ଟା ୩୨ମିନିଟ୍ ରୁ ୧୦ଟା ୨୬ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୧ଟା ୧୯ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୮ମିନିଟ୍ ରୁ ୬ଟା ୫୨ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ୧୧ଟା ୨୦ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। କର୍ମ କ୍ଷେତ୍ରରେ ଚତୁରତାସହ  ଗତିକରି କାମ ହାସଲ କରିବେ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବେସାହାରା ମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ଶୁଣି ଅନ୍ୟ ଉପରେ ବିରକ୍ତ ହେବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ ସାମାନ୍ୟ ଲାଭ। କର୍ମରେ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ନାନା ସମସ୍ୟାର ସମ୍ମୁଖୀନ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶତୃମାନେ ପରାଜିତ ହେବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ଆତ୍ମୀୟ ସ୍ଵଜନଙ୍କ ପାଇଁ ଗୃହୋପକରଣ କ୍ରୟ କରିବେ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ।ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଧନଲାଭ ହେବାରୁ ଖୁସି ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଶୁଭ ସମ୍ବାଦ ପାଇବେ । ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-

ଶତ୍ରୁମାନେ ମଥାନତ କରିବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଦିଗ ଭ୍ରଷ୍ଟର ଶିକାର ନ ହେଲେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବଡନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ। ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ।  ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସାମାଜିକ ପତିଆରା ଅମଳିନ ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ଈର୍ଷାପରାୟଣ ବ୍ୟକ୍ତିମାନେ ଲଜ୍ଜିତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଶତୃମାନେ ମଥାନତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଆର୍ଥୀକ ଉନ୍ନତି ଘଟିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ପୁରାତନ ରୋଗର ଉପସମ ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଦକ୍ଷତାକୁ କେନ୍ଦ୍ରକରି ବହୁତ ଲାଭ ଉଠାଇ ପାରିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସାମ୍ବାଦିକ ମାନଙ୍କର ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ଯୋଜନା ମୁତବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଉଚ୍ଚାଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ମାନସିକ ଚିନ୍ତା ଦୂର ହେବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!