ଦୈନିକ ରାଶିଫଳ: 05 ମଇ 2021, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୫ ତାରିଖ, ବୁଧବାର, ମେଷମାସ ୨୨ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ନବମୀତିଥି, ଧନିଷ୍ଠା ନକ୍ଷତ୍ର, ସକାଳ ୯ଟା ୧୧ମିନିଟ୍ ଗତେ ଶତଭିଷା ନକ୍ଷତ୍ର, କୁମ୍ଭରାଶିରେ ଚନ୍ଦ୍ର । କର୍କଟ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ, ଦିବା ୧ଟା ୨୨ ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୨୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୮ମିନିଟ୍ ରୁ ୧୧ଟା ୧୬ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୫ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୧୦ଟା ୩୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ରୋଜଗାର ସମସ୍ୟା ସୁଧୁରି ଯିବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଆର୍ଥିକ ଦିଗରୁ ସୁବିଧା ପାଇ ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ଫଳରେ ନୂତନ ସଂସ୍ଥାର ଆୟୋଜନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-

ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ବିଶୃଙ୍ଖଳା ଦୂରେଇ ଯାଇ ଆୟ ଅପରିବର୍ତ୍ତିତ ରହିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସନ୍ତାନର ଉନ୍ନତି ଖବର ପାଇ ଖୁସି ହେବେ । ଶରୀର ଭଲ ରହିବ । ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ହସଖୁସିରେ ସମୟ ବିତାଇବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ସିଂହ:-

ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ପୁରାତନ ରୋଗର ଉପଶମ ହୋଇ ଆୟରସ୍ରୋତ ଖୋଲିଯିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ଅଭିଳାଷିତ ଜିନିଷ ସାମାନ୍ୟ ଚେଷ୍ଟାରେ ପାଇବେ । ବିଦ୍ୟାକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଶତୃମାନେ ମଥାନତ କରିବେ । ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-

ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମିତ୍ରଙ୍କ ସହିତ ସମୟ ବିତେଇବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-

ସମସ୍ତ କ୍ଷେତ୍ରରେ ସଫଳତା ମିଳିବ ଓ ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବା ସହ ଶତୃ ପରାଜିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଛାତ୍ର ଛାତ୍ରୀମାନେ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । କୃଷି ଓ ପ୍ରଶାସନିକ ସ୍ତରରେ ନିଜଲୋକଙ୍କ ସମସ୍ୟା ସଜାଡିବାର ସୁବିଧାପାଇ ଉଚ୍ଚ ସମ୍ମାନ ପାଇବେ । ପ୍ରତିକାର-ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

ମକର:-

ଉଚ୍ଚାଧିକାରି ଓ ସହକର୍ମୀମାନେ ସହଯୋଗ କରିବା ଫଳରେ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପରିବାରରେ ବିବାଦୀୟ ପରିସ୍ଥିତିକୁ ସମାଧାନ କରିଦେଇ ପାରିଲେ ପାରିବାରିକ ଜୀବନ ସୁଖମୟ ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-

ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମକ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-

କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଜଗାଜମି, ଗୃହ ଉପକରଣ କ୍ରୟ କରି ପାରନ୍ତି । ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!