ଦୈନିକ ରାଶିଫଳ: 05 ମଇ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୫ତାରିଖ, ଗୁରୁବାର, ମେଷମାସ ୨୨ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ଦିବା ୧୦ଟା ୧ମିନିଟ୍ ଗତେ ପଞ୍ଚମୀ ତିଥି, ମୃଗଶିରା ନକ୍ଷତ୍ର ପ୍ରାତଃ ୬ଟା ୧୬ମିନିଟ୍ ପରେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ସନ୍ଧ୍ୟା ୬ଟା ୫ମିନିଟ୍ ପରେ ଧୃତି ଯୋଗ । ବିଷ୍ଟି କରଣ ଦିବା ୧୦ଟା ୧ମିନିଟ୍ ପରେ ବବ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ଦିବା ୧୦ଟା ୧ମିନିଟ୍ ପରେ ବେଲ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୧୦ଟା ୧ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୫ମିନିଟ୍ ରୁ ସନ୍ଧ୍ୟା ୬ଟା ୭ମିନିଟ୍, ରାତ୍ରି ୧୧ଟା ୪୩ମିନିଟ୍ ରୁ ରାତ୍ରି ୧ଟା ୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୨୦ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ୧୨ଟା ୫୯ମିନିଟ୍, ରାତ୍ର ୨ଟା ୨୦ମିନିଟ୍ ରୁ ୩ଟା ୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ସନ୍ତାନର ଭବିଷ୍ୟତକୁ ଧ୍ୟାନରେ ରଖି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ନୂତନ କର୍ମ ନିଯୁକ୍ତି ପାଇବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ନୂଆଲକ୍ଷ ନିର୍ଦ୍ଧାରିତ କରି ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କର୍କଟ:-ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଆର୍ଥିକ ସହାୟତା ପାଇ ପ୍ରିୟବନ୍ଧୁଙ୍କୁ ସାହାଯ୍ୟ କରିବେ । ଘରଲୋକଙ୍କୁ ଅବିଶ୍ଵାସ କଲେ ହଇରାଣରେ ପଡିବେ । ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ରାଜନୀତିରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ । ଆୟବୃଦ୍ଧି, ଋଣମୁକ୍ତି ଓ ଶୁଭ ସମାଚାର ପାଇ ଖୁସି ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେଇ ମଥାନତ କରିବେ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ପାରିବ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିକାର- କମଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ଓ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଯିବ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରି ଗୁରୁ ଗୁରୁଜନଙ୍କ ଠାରୁ ପ୍ରଶଂସା ପାଇବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପାରିବାରିକ ସମସ୍ୟା ସୁଧାରୀ ନେବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ରାଜନୀତିରେ ଉଚ୍ଚପ୍ରଶଂସିତ ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ବ୍ୟବସାୟରେ ଆର୍ଥିକ ଦିଗରୁ ଉନ୍ନତି ହେବା ସହ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରଶଂସା ପାଇବେ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତିରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସମାଚାର ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ରାଜନୀତି କ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବାଣିଜ୍ୟ, ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ହେବ । ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କୁମ୍ଭ:-ପାରିବାରିକ କ୍ଷେତ୍ରରେ ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ ଓ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ରାଜନୀତି କ୍ଷେତ୍ରରେ ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ଆନନ୍ଦିତ ହେବେ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!