ଦୈନିକ ରାଶିଫଳ: 5 ନଭେମ୍ବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୫ତାରିଖ, ଗୁରୁବାର, ତୁଳାମାସ ୨୦ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବେଲ, ପଣସ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୫୪ମିନିଟ୍ ରୁ ୭ଟା ୨୨ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ରାତ୍ର ୯ଟା ୨୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ବିଶେଷ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ। ପ୍ରତିକାର:- ମାଦକଦ୍ରବ୍ୟ ସେବନରୁ ଦୂରେଇ ରୁହନ୍ତୁ।

ମିଥୁନ:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ କରବା ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଉତ୍ତମ ରୋଜଗାର ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ବାସସ୍ଥାନ ବା ଯାନବାହାନର ନବୀକରଣ ପାଇଁ ଚିନ୍ତା କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ପ୍ରତିକାର:- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଆବଶ୍ୟକତା ପୂରଣ ଦିଗରେ ଗୁରୁତ୍ଵ ଦେବେ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ। ହରାଇଥିବା ଧନ ପ୍ରାପ୍ତି ହୋଇ ପାରେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା:-

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପାରିବାରିକ କ୍ଷେତ୍ରରେ ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବା ଫଳରେ ଆତ୍ମସନ୍ତୋଷ ଲାଭହେବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବ୍ୟବସାୟରେ ଉନ୍ନତି ସହିତ ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହୋଇ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆର୍ଥିକ ଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଦେଖାଦେଇ ପାରେ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରି ପାରନ୍ତି। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-

ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

ମକର:-

ଶାରିରୀକ ଅସୁସ୍ଥତା ଦୂରେଇ ଯିବା ଫଳରେ ଆନନ୍ଦିତ ହେବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଛାତ୍ରଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଛାତ୍ରଛାତ୍ରୀମାନଙ୍କର ଆତ୍ମବିଶ୍ଵାସ ବୃଦ୍ଧି ପାଇବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!