ଦୈନିକ ରାଶିଫଳ: 05 ନଭେମ୍ବର 2022, ଶନିଦେବଙ୍କ କୃପା ରହିବ ଏହି 6ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ନଭେମ୍ବର ମାସ ୫ତାରିଖ, ଶନିବାର, ତୁଳାମାସ ୨୦ଦିନ, କାର୍ତ୍ତିକମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ହର୍ଷଣ ଯୋଗ। ବାଳବ କରଣ ସନ୍ଧ୍ୟା ୫ଟା ୭ମିନିଟ୍ ପରେ କୌଳବ କରଣ। ବୃଷ, ସିଂହ, କନ୍ୟା ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ପୋଇ, ମସୁରଡାଲି ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୭ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ। ଯୋଗିନୀ- ନୈଋତେ ସନ୍ଧ୍ୟା ୫ଟା ୭ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ପ୍ରାତଃ ୫ଟା ୫୩ମିନିଟ୍ ରୁ ୭ଟା ୧୭ମିନିଟ୍, ଦିବା ୧୨ଟା ୫୪ମିନିଟ୍ ରୁ ୨ଟା ୧୮ମିନିଟ୍, ଦିବା ୩ଟା ୪୨ମିନିଟ୍ ରୁ ସନ୍ଧ୍ୟା ୬ଟା ୪୨ମିନିଟ୍, ରାତ୍ର ୪ଟା ୧୭ମିନିଟ୍ ରୁ ୫ଟା ୫୩ମିନିଟ୍। ଶୁଭସମୟ- ସକାଳ ୭ଟା ୨୪ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୨ଟା ୧୯ମିନିଟ୍ ରୁ ୨ଟା ୫୧ମିନିଟ୍, ଦିବା ୩ଟା ୩୮ମିନିଟ୍ ରୁ ୩ଟା ୪୧ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୧୯ମିନିଟ୍। ପର୍ବଦିନ- ତୁଳସୀ ବିବାହ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ପରିଚିତ ଲୋକଙ୍କଠାରୁ ଲାଭ ପାଇବେ। ଆପଣାଲୋକ ଭାବେ ଗଣତି ହେଉଥିବା ବ୍ୟକ୍ତିଙ୍କ ମଧ୍ୟରୁ କେହି ସାହାଯ୍ୟ ସହଯୋଗ କରିବେ। ପ୍ରତିଯୋଗିତା ପରୀକ୍ଷାରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ସ୍ଵାର୍ଥକୁ କେନ୍ଦ୍ରକରି ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିପାରେ। ଯେତେ ଜଟିଳ ପରିସ୍ଥିତି ଥିଲେ ମଧ୍ୟ ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-ଶିକ୍ଷା କ୍ଷେତ୍ରରେ ନିରର୍ଥକ ମନସନ୍ତାପ କଟିଯାଇ ମାନସିକ ଶାନ୍ତି ଅନୁଭବ କରିବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ରାଜନୀତିରେ ଲୋକସମର୍ଥନ ପ୍ରଚୁର ମିଳିବ ଓ କାର୍ଯ୍ୟବ୍ୟସ୍ତତା ଯୋଗୁ ପରିବାର ଠାରୁ ଦୂରରେ ରହିବେ। କିନ୍ତୁ ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଖୁସିହେବେ। ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ପାଇ ପାରିବାରିକସ୍ତର ହସ ଖୁସିରେ କଟିବ। ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହୋଇ ପାରିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବାସହ କର୍ମକ୍ଷେତ୍ରରେ ଉନ୍ନତି ହେବ। ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ବ୍ୟବସାୟରେ ଲାଭବାନ ହେବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରି ପାରିବେ ନାହିଁ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସମସ୍ତ ପ୍ରକାର ଅଭିଳାଷ ପୂରଣ ହେ ବା ସହ ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ବ୍ୟବସାୟରେ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପାରିବାରିକ କ୍ଷେତ୍ରରେ ଅନେକ କାର୍ଯ୍ୟର ସମାଧାନ ହୋଇ ଶାନ୍ତି ବିରାଜମାନ କରିବ। ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ ଓ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରି ପାରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିବେ ଓ ବ୍ୟବସାୟର ସ୍ଥିତି ସନ୍ତୋଷ ଜନକ ହେବ। ସାମାଜିକ, ଆଧ୍ୟାତ୍ମିକ ଓ ଧାର୍ମିକକାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପୁରୁଣା ରୋଗର ପ୍ରକୋପ ଯୋଗେ ସ୍ୱାସ୍ଥ୍ୟ ଖରାପ ହେବ। ସଠିକ୍‌ ବୁଝାମଣା ହେତୁ କଷ୍ଟସାଧ୍ୟ କାର୍ଯ୍ୟ ସହଜରେ ପୂରଣ କରିପାରିବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ଓ ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇ ମାନସିକସ୍ଥିତି ସୁଦୃଢ ହେବାସହ ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ଶତୃନାଶ, ଧନପ୍ରାପ୍ତି ଓ ଉଚ୍ଚ ସମ୍ମାନ ପାଇବେ। ବନ୍ଧୁ ମିତ୍ରଙ୍କର ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ୍ପନ୍ଥା ଅନୁସରଣ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ ଓ ନିଜର ପ୍ରଭାବ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ନିଜର ଯୋଗ୍ୟତା କ୍ଷମତାର ବହୁତ ଲାଭ ମିଳିବ। ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ଧନୁ:-ଶୁଭ ସମାଚାର ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ସାଙ୍ଗସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ। ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ଆର୍ଥିକ ସହାୟତାରେ ମନ ଖୁସି ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସରକାରୀ ସାହାଯ୍ୟ ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ ଓ ବ୍ୟବସାୟରେ ସଫଳତା ଅର୍ଜନ କରିବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପ୍ରତିକାର- ହଳଦୀରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!