୨୦୨୨ମସିହା, ଅକ୍ଟୋବର ମାସ ୫ତାରିଖ, ବୁଧବାର, କନ୍ୟାମାସ ୧୯ଦିନ, ଆଶ୍ଵିନମାସ ଶୁକ୍ଳପକ୍ଷ, ଦଶମୀତିଥି ଦିବା ୧୨ଟା ପରେ ଏକାଦଶୀତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ସକାଳ ୮ଟା ୨୦ମିନିଟ୍ ପରେ ଧୃତି ଯୋଗ । ଗର କରଣ ଦିବା ୧୨ଟା ପରେ ବାଣିଜ୍ୟ କରଣ । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଲଳମଶାଗ ନ ଖାଇଲେ ଭଲ ଦିବା ୧୨ଟା ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୧୨ଟା ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦଶମୀର ଏକୋଦ୍ଦିଷ୍ଟ ଏବଂ ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୬ମିନିଟ୍, ଦିବା ୧୧ଟା ୩୫ମିନିଟ୍ ରୁ ଦିବା ୧ଟା ୩ମିନିଟ୍, ରାତ୍ରି ୨ଟା ୩୮ମିନିଟ୍ ରୁ ୪ଟା ୧୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୨ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୫ମିନିଟ୍ ରୁ ୧୧ଟା ୩୪ମିନିଟ୍, ଦିବା ୧ଟା ୩୩ମିନିଟ୍ ରୁ ୩ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ରାତ୍ର ୭ଟା ୫ମିନିଟ୍, ରାତ୍ର ୮ଟା ୪୪ମିନିଟ୍ ରୁ ୨ଟା ୩୭ମିନିଟ୍, ରାତ୍ର ୪ଟା ୧୧ମିନିଟ୍ ରୁ ୫ଟା ୪୧ମିନିଟ୍ । ପର୍ବଦିନ- ମୃଣ୍ମୟୀ ଦେବୀଙ୍କ ଦଶହରା, ବଙ୍ଗୀୟମତେ ବିଜୟା ଦଶମୀ, କୁଷ୍ମାଣ୍ଡ ଦଶମୀ ।
ମେଷ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଦ୍ୟା କ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ବୃଦ୍ଧିହୋଇ ବୀଜୟ ପ୍ରାପ୍ତ ହେବ । ପାରିବାରିକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ବୃଷ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ ଓ ଦାମ୍ପତ୍ୟସୁଖ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ମିଥୁନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରିବେ । ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କର୍ମକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।
କର୍କଟ:-ସମସ୍ତ କର୍ମ ସହଜ ସରଳରେ ସମ୍ପନ୍ନ ହେବା ସହ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛିଖାଇବାକୁ ଦିଅନ୍ତୁ ।
ସିଂହ:-ପରିବାରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ । ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଆତ୍ମୀୟ ଲୋକଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ତୁଳା:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରୀମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ଧନୁ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । ବନ୍ଧୁ ମିତ୍ର ଓ ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବା ସହ ଶୁଭ ସମାଚାର ମିଳିପାରେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରି ପାରିବେ । ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶତୃମାନେ ପରାଜିତ ହେବା ଫଳରେ ମାନସିକ ଅଶାନ୍ତି ଦୂରେଇଯିବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିପାରନ୍ତି । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ.
କୁମ୍ଭ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖା ଦେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ ଓ ଯେଉଁ କାର୍ଯ୍ୟରେ ହାତ ଦେବେ ଉନ୍ନତି ଦେଖାଦେବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ଶିକ୍ଷାକ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।