ଦୈନିକ ରାଶିଫଳ: ୫ ସେପ୍ଟେମ୍ବର ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୫ ତାରିଖ, ଶନିବାର, ସିଂହମାସ ୨୧ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ତୃତୀୟାତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। ପୋଟଳ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୩ମିନିଟ୍ ରୁ ୧୨ଟା ୫୮ମିନିଟ୍, ରାତ୍ର ୮ଟା ୧୪ମିନିଟ୍ ରୁ ୧୦ଟା ୩୪ମିନିଟ୍। ପର୍ବଦିନ- ଅପରପକ୍ଷର ତୃତୀୟା ଶ୍ରାଦ୍ଧ, ଗୁରୁ ଦିବସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସ୍ୱାସ୍ଥ୍ୟ ଭଲ ରହିବ। ଶତୃମାନେ ଦୂରେଇ ଯିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। କର୍ମକ୍ଷେତ୍ରରେ ମଧ୍ୟ ସୁଧାର ଆସିବ। ସରକାରୀ କାମରେ ସଫଳତା ମିଳିବ। ସାଂସାରିକ ଜୀବନରେ ମହତ୍ଵପୂର୍ଣ୍ଣ କାର୍ଯ୍ୟରେ ପରାକ୍ରମ ଓ ପରିଶ୍ରମରେ ସୁଖ ପ୍ରାପ୍ତି ହେବ। ଉନ୍ନତିର ମାର୍ଗ ପ୍ରଶସ୍ତ ହେବ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ ଅଟେ। କ୍ରୋଧକୁ ଦମନ କରି ପାରିଲେ ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ। ମିଳିମିଶି କାମ କରି ପାରିଲେ କଷ୍ଟ ଦୂର ହେବ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବୃଷ:-

ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ। ଆର୍ଥିକ ମାମଲା ସୁଧୁରିବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ।  ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। ପରିଶ୍ରମ ଓ କଷ୍ଟକରି ଶାନ୍ତି ବଜାୟ ରଖିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-

ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଗୃହପୋକରଣ ନୂତନ ବସ୍ତୁ କ୍ରୟ କରି ପାରିବେ। ବ୍ୟାପାରରେ ଯଦି ପଥରକୁ ଛୁଇଁବେ ତେବେ ତାହା ହୀରାରେ ପରିଣତ ହେବ। ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଆସିବ। ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହୋଇ ଆଶା ପୂରଣ ହେବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହୋଇ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ। ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ସରକାରୀ କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପୈତୃକ ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ରାଜକୀୟ କାର୍ଯ୍ୟ ପ୍ରଭାବଶାଳି ବ୍ୟକ୍ତିଙ୍କ ସହାୟତାରେ ସମ୍ପନ୍ନ ହେବ। ପରିବାର ମଧ୍ୟରେ ସମୟ ବିତେଇବେ।  ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପାରିବାରିକ କ୍ଷେତ୍ରରେ ସୁଖ ଓ ଶାନ୍ତି ପ୍ରାପ୍ତି ହେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମ କ୍ଷେତ୍ରରେ ଉନ୍ନତି ମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସି ଅଧିକ ଘନିଷ୍ଠତା ହେବ। ପ୍ରେମପ୍ରସଙ୍ଗରେ ଆଶା ଜନକ ଫଳପ୍ରାପ୍ତି ହେବ। ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍। ପରିବାରରେ ଅଯଥା ଝଗଡ଼ା ବଢ଼ିଯିବା ଫଳରେ ନିଜେ ଲଜ୍ଜିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ। ନୂତନ ବସ୍ତୁ କ୍ରୟ କରି ପାରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଶତୃ ପରାଜିତ ହୋଇ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ଫଳରେ ନୂତନ ବ୍ୟବସାୟର ଶୁଭାରମ୍ଭ କରି ପାରନ୍ତି। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି  ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉପରିସ୍ଥ କର୍ମଚାରୀ, ଗୁରୁ ଗୁରୁଜନ ମାନଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ।  ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ।   ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ ପତିଆରା ଅମଳିନ ରହିବ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଘରୋଇ କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ରାଜନୀତି କ୍ଷେତ୍ରରେ ଲୋକପ୍ରିୟତା ବୃଦ୍ଧି ହେବ। କାମକାର୍ଯ୍ୟରେ ନୂଆ ଏକ୍ସପେରିମେଣ୍ଟ ପ୍ରୟୋଗ କରିପାରିବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାର ଦୃଢ଼ତା ଆସିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ସାବଧାନ ରହି କାର୍ଯ୍ୟ କରିଲେ ଭଲ ହେବ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ସରକାରୀ କ୍ଷେତ୍ରରେ ଶତୃମାନେ ଦୂରେଇ ଯାଇ ସଫଳତା ମିଳିବ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ବ୍ୟବସାୟରେ ଉନ୍ନତି ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ମାଆ ବାପାଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବାଦବିବାଦ, ମାଲି ମୋକଦ୍ଦମାରେ ସଫଳ ହେବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ଯୋଗଦେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସନ୍ତାନର ସୁଖବର ଶୁଣି ଖୁସି ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସାମାଜିକ କାର୍ଯ୍ୟରେ ମାନସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। ପୁରାତନ ଶତୃମାନେ ଦୂରେଇ ଯିବା ଫଳରେ ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭ ପାଇବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନୂତନ ବନ୍ଧୁ ଭେଟ ହେବେ ଓ ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ବନ୍ଧୁଙ୍କ ଆଗମନ ଫଳରେ ପାରିବାରିକ ପରିସ୍ଥିତି ବଦଳି ଯିବ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ଶରୀର ସୁସ୍ଥ ରହିବା ସହ ଆର୍ଥିକ ସ୍ଥିତି ସୁଧୁରି ଯିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ନିଜର ରଚନାତ୍ମକତା ଚରମ ହେବ ତଥା ଲୋକଙ୍କୁ ନିଜର କରି ପାରିବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-

ଆର୍ଥିକ ମାମଲା ସୁଧୁରିବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଧାର ହେବ। କୋର୍ଟକଚେରୀ ମାମଲା ସମାଧାନ ହୋଇଯିବ। ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ। ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ। ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!