ଦୈନିକ ରାଶିଫଳ: ୦୬ ଏପ୍ରିଲ ୨୦୨୦, ମହା ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସମସ୍ତ କଷ୍ଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୬ ତାରିଖ, ସୋମବାର, ମୀନ ମାସ ୨୪ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। କର୍କଟ, ମକର ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ । ଶୁଭସମୟ ପ୍ରାତଃ ୫ଟା ୪୦ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧ଟା ୨ମିନିଟ୍, ଦିବା ୪ଟା ୨୭ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୬ଟା ୪୬ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ସନ୍ତାନ ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ରୋଜଗାରରେ ଉନ୍ନତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଘାତ ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ପରିବାରରେ କିଛି ଅସୁବିଧା ନଥିଲେ ମଧ୍ୟ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିପାରେ। ବିଦ୍ୟା କ୍ଷେତ୍ରରେ ସାଧାରଣ ପରିବର୍ତ୍ତନ ଘଟିପାରେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଯଶ, ମାନ ସମ୍ମାନ ପ୍ରତିଷ୍ଠା ମିଳିବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଘାତ କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ମନବିକାର ବୃଦ୍ଧିକାରଣରୁ ସାଧାରଣ ଚଳଣିରେ ବ୍ୟାଘାତ ଘଟିବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ କଟେଇବାକୁ ଚେଷ୍ଟା କରନ୍ତୁ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଭାଙ୍ଗିପଡିବେ ନାହିଁ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ ସୌଭାଗ୍ୟ ତଥା ଯଶପ୍ରସିଦ୍ଧି ଆଶା କରି ହେବ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଅତି ବିଶ୍ଵାସପାତ୍ର ଧୋଖା ଦେଇ ପାରନ୍ତି। ଅତ୍ୟଧିକ ଅର୍ଥ ବ୍ୟୟ କରିବା  ଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ। ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ।  ଆଶା ଓ ଉର୍ଜା ଦ୍ଵାରା ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପରିବାରରେ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା ଲାଗି ରହିଲେ ବି ଆଶାତୀତ ଲାଭ ପାଇବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ହାସ ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେଲେ ମଧ୍ୟ ଆୟ ବୃଦ୍ଧି ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ।  ଧର୍ମ କାର୍ଯ୍ୟପ୍ରତି ମନ ବଳାଇଲେ ମାନସିକ ସ୍ଥିତି ଭଲ ରହିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଘାତ କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ। ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ହୋଇ ପାରେ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ସ୍ୱାସ୍ଥ୍ୟପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ ନତୁବା ଏଥିପାଇଁ ବହୁତ ଖର୍ଚ୍ଚ କରିବାକୁ ପଡିବ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଦେବେ। ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗ୍ରତ ହେବ। ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ରାଜନୀତିରେ କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରି ହେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ। ମାନସିକ ଶାନ୍ତି ମିଳିବ ଓ ଧନ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ। ସବୁଥିରେ ଥିଲେ ବି କେଉଁଥିରେ ନିଜର ପ୍ରତ୍ୟକ୍ଷ ସପୃକ୍ତିକୁ ନଦର୍ଶାଇବା ଉଚିତ୍ ହେବ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!