୨୦୨୨ ମସିହା, ଏପ୍ରିଲ ମାସ ୬ତାରିଖ, ବୁଧବାର, ମୀନ ମାସ ୨୩ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି ସନ୍ଧ୍ୟା ୬ଟା ୦୨ ମିନିଟ୍ ପରେ ଷଷ୍ଠୀ ତିଥି, ରୋହିଣୀ ନକ୍ଷତ୍ର, ରାତି ୭ଟା ୪୦ମିନିଟ୍ ପରେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ସକାଳ ୮ଟା ୩୭ମିନିଟ୍ ପରେ ସୌଭାଗ୍ୟ ଯୋଗ । ବାଳବ କରଣ ସନ୍ଧ୍ୟା ୬ଟା ୦୨ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ବେଲ,ପଣସ ନ ଖାଇଲେ ଭଲ ସନ୍ଧ୍ୟା୬ଟା ୦୨ ମିନିଟ୍ ପରେ ନିମ୍ବ ନ ଖାଇଲେ ଭଲ ।
ଯୋଗିନୀ- ଦକ୍ଷିଣେ ସନ୍ଧ୍ୟା ୬ଟା ୦୨ ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୫ମିନିଟ୍ ରୁ ଦିବା ୧୦ଟା ୧୭ମିନିଟ୍, ଦିବା ୧୧ଟା ୪୯ମିନିଟ୍ ରୁ ୧ଟା ୨୧ମିନିଟ୍, ରାତ୍ରି ୨ଟା ୪୪ମିନିଟ୍ ରୁ ରାତ୍ରି ୪ଟା ୧୧ମିନିଟ୍ । ଶୁଭସମୟ- ସକାଳ ୫ଟା ୪୦ମିନିଟ୍ ରୁ ୭ଟା ୧୯ମିନିଟ୍, ଦିବା ୧୦ଟା ୧୭ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୦୯ମିନିଟ୍, ସନ୍ଧ୍ୟା ୬ଟା ୪୫ମିନିଟ୍ ରୁ ରାତି୧୦ଟା ୩୯ମିନିଟ୍, ରାତ୍ର ୧ଟା ୪୬ମିନିଟ୍ ରୁ ରାତ୍ର ୨ଟା ୪୪ମିନିଟ୍, ରାତ୍ର ୪ଟା ୧୨ମିନିଟ୍ ରୁ ୫ଟା ୩୯ମିନିଟ୍ ।
ମେଷ:-ଶତୃମାନେ ପରାଜିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବୃଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ନୂତନ ଜ୍ଞାନର ବୃଦ୍ଧି ହେବ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ପ୍ରେମୀକ ପ୍ରେମିକା ମାନେ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କର୍କଟ:-ପରିବାରରେ ସୁଖଶାନ୍ତି ଫେରି ଆସିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ଓ ଶୁଭ ସୂଚନା ପାଇବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ । ମାନସିକ ସ୍ଥିତି ଓ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ଦୂରସ୍ଥାନକୁ ଯାତ୍ରା କରିବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ନୂଆ ଚାକିରୀ ହେବାର ସୂଚନା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କନ୍ୟା:-ସ୍ଥଗିତଥିବା କର୍ମଟି ପୂରଣ ହେବ । ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧା ପାଇବେ । ରାଜନୀତିରେ ପ୍ରଶଂସା, ବିଦ୍ୟାକ୍ଷେତ୍ର ରେ ସଫଳ, କୃଷିଦ୍ରବ୍ୟ ବାଣିଜ୍ୟରେ ଲାଭ । ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଖେଳ ଓ ବିଦ୍ୟାରେ ସଫଳତା ମିଳିବ । ଅଟକିଥିବା ଧନ ପ୍ରାପ୍ତି ହେବ । ବ୍ୟବସାୟ, ବାଣିଜ୍ୟରେ ଲାଭପାଇବେ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ପ୍ରତିକାର- ଗୋଟାଗୁଆ ଗୋଟିଏ ପକେଟରେ ରଖି ଯାତ୍ରା କରନ୍ତୁ ।
ତୁଳା:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବ ଏବଂ ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ । ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ପ୍ରଶଂସା ପାଇବେ । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ବ୍ୟବସାୟୀ ମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସନ୍ତାନ ମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ ସହଜ ହେବ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ଉନ୍ନତି ହେବ । ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।
ମକର:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ପ୍ରତିକାର- ପାଞ୍ଚୋଟି ଲବଙ୍ଗ ପାଖରେ ରଖନ୍ତୁ ।
କୁମ୍ଭ:-ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳ ହେବେ । ଆୟ ଉତ୍ତମ ହେବ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ବ୍ୟବସାୟରେ ଲାଭ କ୍ଷତି ପ୍ରତି ଭୃକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ । ବାହନ ଆଦି କିଣନ୍ତୁ ନାହିଁ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମୀନ:-ଛାତ୍ର ଛାତ୍ରୀ ମାନଙ୍କର ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।
