ଦୈନିକ ରାଶିଫଳ: 06 ଏପ୍ରିଲ 2023, ଗୁରୁବାର, ମା ଲକ୍ଷ୍ମୀ’ଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାହିତ୍ୟ, କଳାକ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ ଓ ଟଙ୍କାର ଆବଶ୍ୟକତା ପୂରଣ ହେବ । ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ । ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କୌଣସି ରାଜନେତାଙ୍କ ହେତୁ ସମସ୍ୟା ସୃଷ୍ଟି ହେବା ଫଳରେ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ । ଜଣେ ବନ୍ଧୁଙ୍କଠାରୁ ଦୂରତା ବଜାୟ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଛାତ୍ର ଛାତ୍ରୀ ମାନେ ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂତନପନ୍ଥା ଅନୁସରଣ କରିବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ପାରିବାରିକ ସମସ୍ୟା ଦେଖା ଦେଇପାରେ । ଚାକିରୀ କ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ ଓ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଟଙ୍କାର ଆବଶ୍ୟକତା ପୂରଣ ହୋଇ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କର୍ମକ୍ଷେତ୍ର ରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ସିଂହ:-ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଆୟର ସ୍ରୋତ ଖୋଲିଯିବ । ବ୍ୟବସାୟୀମାନେ ଅଧିକ ପୁଞ୍ଜି ନିବେଶ କରି ଆଶାତିତ ଲାଭ ପାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ସଫଳ ହେବେ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ କ୍ୟାରିୟରରେ ଉନ୍ନତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ଠିକ୍ ରହିବା ଫଳରେ ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରିବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ବାସଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନ ମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ପ୍ରେମିକ ପ୍ରେମିକାମାନେ ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗି ପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ । ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ । ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । କର୍ମକ୍ଷେତ୍ରରେ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବ । ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଶୁଭସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମଚାରୀମାନଙ୍କ ସହଯୋଗ ଯୋଗୁ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ସାଙ୍ଗସାଥିଙ୍କ ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ଚାକିରୀ କ୍ଷେତ୍ରରେ ଅଧିକାରୀ ଓ ସହକର୍ମୀଙ୍କ ସହଯୋଗ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଶିକ୍ଷାକ୍ଷେତ୍ରରେ ବିଜୟୀ ହେବେ ଓ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜମାନ କରିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର:-କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!