ସାପ୍ତାହିକ ରାଶିଫଳ: ୦୬ ଅପ୍ରେଲ ରୁ ଅପ୍ରେଲ ୧୨, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ସେୟାର ବଜାରରେ ମୁନାଫା ମିଳିବ। ପୁରୁଣା ନିବେଶ ଲାଭ ଦେବ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ।  ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଦୋନ୍ନତି ସହ ନୂତନକର୍ମପ୍ରାପ୍ତି ହେବ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଆୟରସ୍ରୋତ ଖୋଲିଯିବ ଓ ଆୟବୃଦ୍ଧି ପାଇବ। ପୁରାତନ ରୋଗର ଉପଶମ ହୋଇଯିବ। ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ପରିବାରର ସମସ୍ୟା ସମାଧାନ ହୋଇଯିବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ସାମାଜିକ ସ୍ତରରେ ଖ୍ୟାତି ହେବ। କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବିନାପରିଶ୍ରମରେ ଧନପ୍ରାପ୍ତି ହେବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଧର୍ମକାର୍ଯ୍ୟରେ ମତି ରହିବ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ଦିଗରୁ ସୁବିଧା ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ। ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ। ପ୍ରତିକାର ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରିୟଜନଙ୍କ ସହ ସମୟ ବିତିବ ଓ ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି କରିବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ମାନସିକ ଦୁଶ୍ଚିନ୍ତା ଦୂର ହେବ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ଯଶମାନ ବୃଦ୍ଧିହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଓ ନୂତନ ବ୍ୟବସାୟ ଆରମ୍ଭପାଇଁ ଅତ୍ୟନ୍ତ ଉତ୍ତମ ସମୟ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। କର୍ମପ୍ରତି ଉତ୍ସାହ ଏବଂ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ।  ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରେମିକ ପ୍ରେମିକାମାନଙ୍କର ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ। ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃବୃଦ୍ଧି ହେଲେ ମଧ୍ୟ  ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବା ଫଳରେ ସ୍ଥଗିତଥିବା କର୍ମଟି ପୂରଣ ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ପରୀକ୍ଷା ରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇ ଯିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ। ଲାଭର ମାର୍ଗ ପ୍ରଶସ୍ଥ ହେବ। କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ଦୂରଯାତ୍ରା କରିବେ। ଋଣରୁ ମୁକ୍ତି ମିଳିବ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର:- ଷଣ୍ଢକୁ କିଛି ଖାଦ୍ୟ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!