ଦୈନିକ ରାଶିଫଳ: 06 ଅଗଷ୍ଟ 2022, ଶନିଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୬ତାରିଖ, ଶନିବାର, କର୍କଟମାସ ୨୧ଦିନ, ଶ୍ରାବଣମାସ ଶୁକ୍ଳପକ୍ଷ, ନବମୀତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର ଦିବା ୧୨ଟା ୫ମିନିଟ୍ ପରେ ବିଛା ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ଦିବା ୧୨ଟା ୪୧ମିନିଟ୍ ପରେ ବ୍ରହ୍ମ ଯୋଗ । ବାଳବ କରଣ ଦିବା ୩ଟା ୮ମିନିଟ୍ ପରେ କୌଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଲାଉ ନ ଖାଇଲେ ଭଲ ରାତି ୨ଟା ୧୧ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୨ଟା ୧୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ନବମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୨୭ମିନିଟ୍ ରୁ ୭ଟା ୩ମିନିଟ୍, ଦିବା ୧ଟା ୨୮ମିନିଟ୍ ରୁ ୩ଟା ୪ମିନିଟ୍, ଦିବା ୪ଟା ୪୧ମିନିଟ୍ ରୁ ସନ୍ଧ୍ୟା ୭ଟା ୪୧ମିନିଟ୍, ରାତ୍ର ୪ଟା ୪ମିନିଟ୍ ରୁ ୫ଟା ୨୮ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୭ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୮ଟା ୩୨ମିନିଟ୍ ରୁ ୧୦ଟା ୪୪ମିନିଟ୍, ରାତ୍ର ୧୨ଟା ୧୬ମିନିଟ୍ ରୁ ୧ଟା ୪୩ମିନିଟ୍, ରାତ୍ର ୨ଟା ୩୦ମିନିଟ୍ ରୁ ୩ଟା ୫୭ମିନିଟ୍ ।

ମେଷ:-ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ପାରିବାରିକ ସମସ୍ୟା ଦୂର ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ପରାଧୀନତା ବେଡିରେ ଶୃଙ୍ଖଳିତ ହୋଇ ମଧ୍ୟ ନିଜସ୍ଵ ପ୍ରତିଭା ପ୍ରଦର୍ଶନର ସୁଯୋଗ ପାଇବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ । ବ୍ୟବସାୟରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯେକୌଣସି କାର୍ଯ୍ୟ କରିବା ପୂର୍ବରୁ ବୁଝି ବିଚାରି କର୍ମ କରିବା ଉଚିତ୍ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ ଓ ହସ ଖୁସିରେ ସମୟ କଟିବ । ଦୂରଯାତ୍ରାରେ ସଫଳତା ମିଳିବା ସହ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟରେ ନୂତନପନ୍ଥା ଅନୁସରଣ କରି ସଫଳତା ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । କର୍ତ୍ତବ୍ୟନିଷ୍ଠା ପରାୟଣ ହୋଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ନିଜ ଲୋକମାନେ ହିଁ କାମରେ ଆସିବେ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!