ଦୈନିକ ରାଶିଫଳ: 06 ଡିସେମ୍ବର ୨୦୨୦, ସୂର୍ଯ୍ୟଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଶାରୀରକ ରୋଗରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବରମାସ ୬ତାରିଖ, ରବିବାର, ବିଛାମାସ ୨୧ଦିନ, ମାର୍ଗଶିରମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ଅଶ୍ଳେଷାନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ଦିବା ୨ଟା ୪୫ମିନିଟ୍ ଗତେ କର୍କଟ, ମକର ରାଶିର ଘାତଚନ୍ଦ୍ର । ଲିମ୍ବ ବା ପିତା ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫୬ମିନିଟ୍ ରୁ ୯ଟା ୪ମିନିଟ୍, ଦିବା ୧ଟା ୧ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୩ଟା ୩୭ମିନିଟ୍ ରୁ ୩ଟା ୪୧ମିନିଟ୍, ରାତ୍ର ୭ଟା ୪୨ମିନିଟ୍ ରୁ ୯ଟା ୨୫ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ ଓ ଅଧ୍ୟୟନରେ ଲକ୍ଷ୍ୟସ୍ଥଳରେ ପହଁଞ୍ଚିପାରିବେ । ନୂତନ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କାର୍ଯ୍ୟକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ର ରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ବ୍ୟବସାୟ ଭଲ ଗତିରେ ଚାଲିବ । କୌଣସି ଅଶୁଭ ସମାଚାର ଶୁଣି ଚିନ୍ତିତ ହେବେ । ବାଣୀ ଓ କ୍ରୋଧକୁ ଆୟତ୍ତ ନକଲେ ଧନହାନୀ ହୋଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ବ୍ୟବସାୟରେ କ୍ଷେତ୍ରରେ ଭଲ ଲାଭ ପାଇବା ସହ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ରାଜନୀତି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ସଫଳତା ଲାଭ କରିବେ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରତ୍ୟେକ ସମସ୍ୟାକୁ ଗମ୍ଭୀରତା ସହ ଚିନ୍ତା କରି ସମାଧାନ କରିବେ । ଗୃହବାହନ ପ୍ରାପ୍ତି ଓ ଉଚ୍ଚଆଶା ସଫଳ ହେବ । ପ୍ରଚାର ପ୍ରସାର ମାଧ୍ୟମରେ ଲୋକ ପରିଚିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକକ୍ଷେତ୍ରରେ ଅଶାନ୍ତି ଦେଖାଦେଇ ଦୂରେଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ ଓ ମନରେ ଭୟ ଆଶଙ୍କା ଦୂରେଇ ଯିବ । ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପାଇ ସକଳ କାର୍ଯ୍ୟରେ ସଫଳ ହେବେ । ଅଟକିଥିବା ଧନ ମିଳିଯିବ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ରାଜନେତାମାନେ ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ଶୁଭ ବା ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ । କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ । ଭାତୃବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-

ସନ୍ତାନ ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହୋଇ ପାରେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ । ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-

ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବ । କାରବାରରେ ପରିସ୍ଥିତି ବଦଳିଯିବା ଫଳରେ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇ ବାର ରାସ୍ତା ପରିଷ୍କାର ହୋଇ ଯିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଭାଗ୍ୟ ଆପଣଙ୍କ ପାଇଁ ବୈମାତୃକ ମନୋ ଭାବ ସୃଷ୍ଟି କରିବ । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-

ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ । ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ ରାଜନେତା ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ତାହା ସମାଧାନ କରିବାକୁ ଚେଷ୍ଟା କରନ୍ତୁ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ ଓ ବାକିଥିବା ଅର୍ଥ ପ୍ରାପ୍ତି ହେବ । ବିଦ୍ୟାରେ ଯଥେଷ୍ଟ ଉନ୍ନତ ଫଳ ପ୍ରାପ୍ତି ହେବ । ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ପ୍ରୋଗ୍ରାମ କରିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!