ଦୈନିକ ରାଶିଫଳ: 06 ଡିସେମ୍ବର 2022, ମା’ ମଙ୍ଗଳାଙ୍କ କୃପା ରହିବ ଏହି 5ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୬ତାରିଖ, ମଙ୍ଗଳବାର, ବିଛାମାସ ୨୧ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି ପ୍ରାତଃ ୬ଟା ୪୭ମିନିଟ୍ ପରେ ଚତୁର୍ଦ୍ଦଶୀତିଥି, ଦ୍ଵିଜାନକ୍ଷତ୍ର ସକାଳ ୮ଟା ୩୮ମିନିଟ୍ ପରେ କୃତ୍ତିକା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର ଦିବା ୩ଟା ୩ମିନିଟ୍ ପରେ ବୃଷ ରାଶିରେ ଚନ୍ଦ୍ର। ଶିବ ଯୋଗ। ତୈତିଳ କରଣ ପ୍ରାତଃ ୬ଟା ୪୭ମିନିଟ୍ ପରେ ଗର କରଣ। ମକର ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର ଦିବା ୩ଟା ୩ମିନିଟ୍ ପରେ ବିଛା ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ ପ୍ରାତଃ ୬ଟା ୪୭ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଯୋଗିନୀ- ଦକ୍ଷିଣେ ପ୍ରାତଃ ୬ଟା ୪୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ। ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ। ଅଶୁଭସମୟ- ସକାଳ ୭ଟା ୩୩ମିନିଟ୍ ରୁ ୮ଟା ୫୪ମିନିଟ୍, ଦିବା ୧୨ଟା ୫୮ମିନିଟ୍ ରୁ ୨ଟା ୨୦ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ରି ୮ଟା ୨୦ମିନିଟ୍। ଶୁଭସମୟ- ପ୍ରାତଃ ୬ଟା ୧୨ମିନିଟ୍ ରୁ ୬ଟା ୫୪ମିନିଟ୍, ସକାଳ ୮ଟା ୫୫ମିନିଟ୍ ରୁ ୧୧ଟା ୧୪ମିନିଟ୍, ସନ୍ଧ୍ୟା ୫ଟା ୪ମିନିଟ୍ ରୁ ୬ଟା ୪୦ମିନିଟ୍, ରାତ୍ର ୮ଟା ୨୧ମିନିଟ୍ ରୁ ୮ଟା ୩୨ମିନିଟ୍, ରାତ୍ର ୯ଟା ୨୭ମିନିଟ୍ ରୁ ୧୨ଟା ୩ମିନିଟ୍, ରାତ୍ର ୧ଟା ୫୦ମିନିଟ୍ ରୁ ୩ଟା ୩୨ମିନିଟ୍, ରାତ୍ର ୪ଟା ୨୮ମିନିଟ୍ ରୁ ୬ଟା ୧୧ମିନିଟ୍। ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-ଛାତ୍ର ଛାତ୍ରୀମାନେ ଭଲ କାମ କରିବା ସାଙ୍ଗକୁ ନିଜ ଚେଷ୍ଟାରେ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂର ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ମିଳିବ। ଶିଳ୍ପୀ, ସାହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ। ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଶତୃମାନେ ପରାଜିତ ହେବା ସହ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ସହକର୍ମୀ ମାନଙ୍କ ସହିତ ଭଲ ସମ୍ପର୍କ ରହିବ ଓ ନିଜର ଦକ୍ଷତା ବୃଦ୍ଧି ପାଇବ। ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିପାରିବେ। ନୂତନ ନିଯୁକ୍ତି ପାଇବାର ସୁଯୋଗ ପାଇ ଉତ୍ସାହିତ ହେବେ। ପରିବାର ସଦସ୍ୟଙ୍କଠାରୁ ଉତ୍ତମ ସମର୍ଥନ ପାଇବାର ସମ୍ଭାବନା ଅଛି। କଳା ସଙ୍ଗୀତ ପ୍ରତି ଆଗ୍ରହ ବୃଦ୍ଧି ପାଇବା ସହ ଦିନଟି ବହୁତ ଭଲରେ କଟିବ। ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

କନ୍ୟା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଲୋକମାନଙ୍କ ସହିତ ମିଳିମିଶି କାମ କରିପାରିଲେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପଦସ୍ଥ ଅଧିକାରୀଙ୍କ ସହ ଦେଖାହୋଇ କେତେକ ସମସ୍ୟାର ସମାଧାନ କରି ପାରିବେ। ରାଜନୀତିରେ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଛାତ୍ରଛାତ୍ରୀମାନେ ସେମାନଙ୍କ କ୍ୟାରିଅରରେ କିଛି ପରିବର୍ତ୍ତନ କରିପାରିବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବା ସହ ସ୍ୱାସ୍ଥ୍ୟ ଭଲ ରହିବ। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବା ସହ ସରକାରୀ କ୍ଷେତ୍ରରେ ଅନେକକାର୍ଯ୍ୟ ସମାଧାନ ହେବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଭଲଲାଭ ପାଇବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଶରୀର ଭଲ ରହିବାସହ ଜାଗାଜମି, ଯାନବାହନ ଓ ନୂତନ ସମ୍ପତ୍ତି କିଣିପାରିବେ। ବ୍ୟବସାୟକୁ ବିସ୍ତାର କରିବା ପାଇଁ ସହଜ ସରଳ ହେବ। ନିଜର ଇଚ୍ଛା ପୂରଣ କରିବାକୁ ଆପ୍ରାଣ ଚେଷ୍ଟା କରିବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ। ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

ମକର:-ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ। କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବୃଦ୍ଧି ପାଇବା ଫଳରେ ପାରିବାରିକ ଜୀବନ ମଧୁମୟ ହେବ। ବନ୍ଦହୋଇ ପଡିଥିବା କାର୍ଯ୍ୟ ସହଜରେ ସମାପ୍ତ କରିବାକୁ ଚେଷ୍ଟିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନ ମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!