ଦୈନିକ ରାଶିଫଳ: 06 ଫେବୃୟାରୀ 2023, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ଫେବୃୟାରୀ ମାସ ୬ତାରିଖ, ସୋମବାର, ମକର ମାସ ୨୪ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ପ୍ରତିପଦତିଥି, ଆଶ୍ଳେଷା ନକ୍ଷତ୍ର କର୍କଟ ରାଶିରେ ଚନ୍ଦ୍ର ଦିବା ୩ଟା ୩ମିନିଟପରେ ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୩ଟା ୨୪ମିନିଟ୍ ପରେ ଶୋଭନ ଯୋଗ । ବାଳବ କରଣ ଦିବା ୧ଟା ୯ମିନିଟ୍ ପରେ କୌଳବ କରଣ । ମିଥୁନ ରାଶିର ଘାତବାର । ଦିବା ୩ଟା ୩ମିନିଟ ପରେ କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ନିଷିଦ୍ଧଖାଦ୍ୟ- ପାଣି କଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତ୍ରି ୨ଟା ୧୮ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୮ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୨ଟା ୪୯ମିନିଟରୁ ୪ଟା ୧୩ମିନିଟ, ରାତ୍ର ୧୦ଟା ୨୪ମିନିଟରୁ ୧୨ଟା । ଶୁଭସମୟ- ସକାଳ ୬ଟା ୨୩ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ଦିବା ୧ଟା ୮ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ୪ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୨୮ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍, ରାତ୍ର ୧୨ଟା ରୁ ରାତ୍ର ୩ଟା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:- ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବ । ନିରାଶା ଦୂର ହେବ ଏବଂ ସ୍ଥିତି ସାମାନ୍ୟ ବଦଳିଯିବ । ମନର ଆକାଂକ୍ଷା ପୂରଣ ହେବ ଓ ଆତ୍ମବିଶ୍ୱାସ ବଢ଼ିବ । ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ଲାଭର ମାର୍ଗ ପ୍ରଶସ୍ଥ ହେବ । ଋଣରୁ ମୁକ୍ତି ମିଳିବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପରୀକ୍ଷାରେ ଆଶା ମୁତାବକ ଫଳ ପାଇ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବେ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମିଥୁନ:-ରାଜନୈତିକ କ୍ଷେତ୍ରରେ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ସିଂହ:-କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ସାମାଜିକ ପତିଆରା ଅମଳିନ ରହିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ ଓ ଉତ୍ତମ ରୋଜଗାର ହେବ । ବିଦେଶଯାତ୍ରାରେ ଯଶଲାଭ, ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ତୁଳା:-ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ ରେ ମଜ୍ଜି ରହିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ରାଜନୈତିକ କ୍ଷେତ୍ରରେ କଠିନ ପରିଶ୍ରମ କରି ଯଶ, ମାନ ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ଚିନ୍ତିତ ରହି ପାରନ୍ତି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବା ସହ ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହୋଇପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:- ଋଣ ଭରଣା ପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ମାନସିକ ଏକାଗ୍ରତା ବଜାୟ ରହିବ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନ ମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତିହେବା ସହ ଲାଭବାନ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ସ୍ନାନ କରନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତି କରିବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ଯଶମାନ ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବୃଦ୍ଧି ହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ଟଙ୍କା ପଇସା ପାଇଁ ସତର୍କତା ଅବଲମ୍ବନ ନକଲେ କ୍ଷତି ସହିବେ । ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!