ଦୈନିକ ରାଶିଫଳ: 06 ଜାନୁୟାରୀ 2023, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୬ତାରିଖ, ଶୁକ୍ରବାର, ଧନୁମାସ ୨୨ଦିନ, ପୌଷମାସ, ଶୁକ୍ଲପକ୍ଷ, ପୁର୍ଣିମାତିଥି, ଆର୍ଦ୍ରା ନକ୍ଷତ୍ର, ରାତ୍ରି ୧୨ଟା ୧୩ ମିନିଟ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବ୍ରହ୍ମଯୋଗ ଦିବା ୮ଟା ୧୦ମିନିଟ୍ ଇନ୍ଦ୍ର ଯୋଗ । ବିଷ୍ଟି କରଣ ଦିବା ୩ଟା ୨୫ମିନିଟ୍ ପରେ ବବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଆମିଷ ତୈଳ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ପୁର୍ଣିମାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୯ଟା ୧୦ମିନିଟ୍ ରୁ ୧୧ଟା ୫୨ମିନିଟ୍, ରାତ୍ରି ୮ଟା ୩୫ମିନିଟ୍ ରୁ ୧୦ଟା ୧୩ ମିନିଟ । ଶୁଭସମୟ- ପ୍ରାତଃ ୬ଟା ୨୭ମିନିଟ୍ ରୁ ୭ଟା ୧୦ମିନିଟ୍, ସକାଳ ୭ଟା ୫୩ମିନିଟ୍ ରୁ ୯ଟା ୯ମିନିଟ୍, ଦିବା ୧୨ଟା ୧୪ମିନିଟ୍ ରୁ ୩ଟା ୭ମିନିଟ୍, ଦିବା ୩ଟା ୫୧ମିନିଟ୍ ରୁ ୫ଟା ୧୮ମିନିଟ୍, ସନ୍ଧ୍ୟା୬ଟା ୧୦ମିନିଟ୍ ରୁ ୮ଟା ୩୫ ମିନିଟ, ରାତ୍ର ୧୨ଟା ୧୮ମିନିଟ୍ ରୁ ୨ଟା ୩ମିନିଟ୍, ରାତ୍ର ୨ଟା ୫୬ମିନିଟ୍ ରୁ ୪ଟା ୪୧ମିନିଟ୍ । ପର୍ବଦିନ- ପୌଷ ପୂର୍ଣ୍ଣିମା ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ପ୍ରଶଂସା ପାଇବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବୃଷ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପଢାପଢିରେ ମାନସିକ ଶାନ୍ତି ମିଳିବ । ରାଜନୀତି ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ବୁଝି ବିଚାରୀ କରିବା ଉଚିତ୍ । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି, ଉଚ୍ଚସ୍ଥାନ ଲାଭ ବା ପଦୋନ୍ନତି ଭଳି ମର୍ଯ୍ୟଦା ପ୍ରାପ୍ତିହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶୁଭକାମ କରି ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସାଧାରଣ ଦିନଚର୍ଜ୍ୟା ଅତୁଟ ରହିବ । କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । କୌଣସି କ୍ଷେତ୍ରରେ କେବେ ବି ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ହେବ । ବନ୍ଧାକୋବି, ପୋଟଳ, ମୂଳା, କ୍ଷୀର, ଛେନା ପ୍ରଭୃତି ଚର୍ବି ଓ ପ୍ରୋଟିନ ଜାତୀୟ ଖାଦ୍ୟ ଖାଇବା ଆବଶ୍ୟକ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଅଯଥା ଝଗଡା ବଢିଯିବା ଫଳରେ ନିଜେ ଲଜ୍ଜିତ ହେବେ । ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ । ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ସମ୍ବନ୍ଧ ଓ ସମ୍ପର୍କରେ ସୁଖ ଶାନ୍ତିରେ ଦିନଟି କଟାଇବେ । ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇ ପାରେ । ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ପରିବହନରେ ବିଶେଷ ଲାଭବାନ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବା ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଶତୃମାନେ ମଥାନତ କରିବେ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଆର୍ଥିକ ସନ୍ତୁଳନ ସୁରକ୍ଷିତ ହେବା କାରଣରୁ ବିପର୍ଜ୍ୟସ୍ତ ଅର୍ଥନୀତିର ବିପଦରୁ ମୁକ୍ତ ହେବେ । ମନରେ ଭୟ ଆଶଙ୍କା ଶାରୀରିକ ଅସୁସ୍ଥତା ଦୂରେଇଯିବ । ପରିବହନରେ ବିଶେଷ ଲାଭବାନ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!