ସାପ୍ତାହିକ ରାଶିଫଳ: ୦୬ ଜାନୁୟାରୀ ରୁ ୧୨ ଜାନୁୟାରୀ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କୁ ହେବ ଆକସ୍ମିକ ଧନ ପ୍ରାପ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ। କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ। ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ  ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ସ୍ୱାସ୍ଥ୍ୟ ଠିକ୍ ରହିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଯୌଥ ପରିବାର ସମ୍ପର୍କୀୟ ଜମିବାଡି ନେଇ କେତେକ ସମସ୍ୟା ସହଜରେ ସମାଧାନ ହେବ। ପରିବାରରେ ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରନ୍ତି। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। କୌଣସି ପ୍ରିୟ ଜିନିଷକୁ ହରେଈ ବସିବେ। ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।  

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରିପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଏବଂ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିତ୍ରଙ୍କଠାରୁ ସହଯୋଗ ପାଇବେ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ।  ବିରୋଧୀମାନେ ଶାନ୍ତ ହେବେ ଏବଂ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କାର୍ଯ୍ୟରେ ଭାଗ ନେବେ। ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ। ସତର୍କ ରହିବା ଦ୍ଵାରା ଲାଭବାନ ହେବେ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବ। ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ବ୍ୟବସାୟ କ୍ଷେତ୍ରରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଗୃହସମସ୍ୟାକୁ ସମାଧାନ କରି  ଧନ ସମ୍ପତିକୁ ଆୟତ୍ତ କରିପାରିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଥଗିତଥିବା ଧନ ଲାଭ ହେବ। ଶୁଭ ସମାଚାର ଶୁଣି ମାନସିକ ସ୍ଥିରତା ବଢିବ। ବ୍ୟବସାୟରେ ସଫଳତା ମିଳିବ ଓ ଅଭିଷ୍ଟ ପ୍ରାପ୍ତି ହେବ। ଦୂରଯାତ୍ରା ପାଇଁ ସୁଯୋଗ ଆସିପାରେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି ପାଇବେ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଶାରୀରିକ ଅସୁସ୍ଥତା ଦୂର ହେବ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ଶୁଭସୂଚନା  ପାଇବେ। ପାଠ ପଢ଼ାରେ ମନଯୋଗ ଦେବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। ଶତୃମାନେ ଦୂର ହେବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ରୋଜଗାରରେ ଉନ୍ନତି ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଜନସମ୍ପର୍କ ସୁଦୃଢ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କର୍ମ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ଆର୍ଥିକ ଉନ୍ନତି ଓ ସଫଳତା ପ୍ରାପ୍ତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନେ ସାମାନ୍ୟ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ପ୍ରତିକାର- ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଆବଶ୍ୟକ ସମସ୍ତ ଜରୁରୀ କାର୍ଯ୍ୟ ସମସ୍ୟାର ସମାଧାନ କରି ପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!