ଦୈନିକ ରାଶିଫଳ: 06 ଜୁନ 2021, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନମାସ ୬ ତାରିଖ, ରବିବାର, ବୃଷମାସ ୨୩ ଦିନ, ଜ୍ୟେଷ୍ଠମାସ, କୃଷ୍ଣପକ୍ଷ, ଦ୍ଵାଦଶୀତିଥି, ଅଶ୍ଵିନୀନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୬ଟା ୫୬ମିନିଟ୍ ରୁ ୯ଟା ୩୨ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୨ଟା ୪୮ମିନିଟ୍, ଦିବା ୪ଟା ୩୫ମିନିଟ୍ ରୁ ୪ଟା ୪୦ମିନିଟ୍, ସନ୍ଧ୍ୟା ୬ଟା ୨୧ମିନିଟ୍ ରୁ ରାତ୍ର ୭ଟା ୪୫ମିନିଟ୍, ରାତ୍ର ୧୦ଟା ୪୧ମିନିଟ୍ ରୁ ୧୨ଟା ୪୯ମିନିଟ୍ । ପର୍ବଦିନ-ସ୍ମାର୍ତ୍ତ ସମ୍ମତ ଅପରା ଏକାଦଶୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ସନ୍ତାନଙ୍କ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପାରିବାରିକ ସ୍ଥିତି ସୁଧିରିଯିବ । ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ ହେବ । ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ । ପୁରାତନ ରୋଗ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲାରେ ବିଜୟୀହେବେ । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ । ପୁରୁଣା ସମସ୍ୟା ସୁଧୁରି ଯାଇ ହାତ ପାହାନ୍ତାରେ ଥିବା ଧନ ମିଳିଯିବା ଫଳରେ ଆନନ୍ଦିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-

ନୂତନ ବ୍ୟବସାୟର ସୁଯୋଗ ପାଇବେ । ବ୍ୟବସାୟୀ ମାନଙ୍କର ମାନସିକ ଅଶାନ୍ତି ଦୂର ହେବା ସହ ଲାଭବାନ ହେବେ । ପୁରାତନ ରୋଗରୁ ମୁକ୍ତି ମିଳିବ । ଶତୃମାନେ ପରାଜିତ ହେବେ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-

ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ମାଙ୍ଗଳିକ କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳହେବ । ପରିବାରରେ ଶାନ୍ତି ଦେଖା ଦେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ନିଜର ଭୁଲ୍ ଯୋଗୁ ବ୍ୟବସାୟରେ ହାନି ହେବ । ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-

ବ୍ୟବସାୟରେ ପ୍ରସାର ପ୍ରଚାର ଫଳରେ ଅତ୍ୟଧିକ ଲାଭହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହିଲେ ମଧ୍ୟ ନିଜର ମାନସିକ-ଭାରସାମ୍ୟ ରକ୍ଷା କରି ପାରିବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହୋଇଯିବା ଫଳରେ ଆଶ୍ଵସ୍ତି ଲାଭ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ପାରିବାରିକ କ୍ଷେତ୍ରରେ ସୁଖଶାନ୍ତି ବିରାଜ ମାନ କରିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟ ସମସ୍ୟା ନେଇ ମନ ସନ୍ତୁଷ୍ଟ ରହିବ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରତିଯୋଗିତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ଓ ପାରିବାରିକ ଜୀବନ ସୁଖମୟ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-

ଶିକ୍ଷା କିମ୍ବା ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ପୁରାତନ ରୋଗ ପ୍ରକୋପ ହ୍ରାସ ହେବା ଫଳରେ ଆନନ୍ଦିତ ହେବେ । ସାଙ୍ଗସାଥିଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଗ୍ରାହାକଙ୍କ ସହ ମତାନ୍ତର ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ନୂତନ ଦିଗ୍ଦର୍ଶନପାଇ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧିହେବ । ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ଜାଗା ଜମି ଓ ଗୃହ, ବାହନ ଜନିତ ସମସ୍ୟାର ସମାଧାନ ହୋଇଯିବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଅବହେଳିତ ଲୋକଙ୍କସହ ମିଳାମିଶା କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପୁରାତନ ରୋଗର ଉପଶମ ହୋଇଯିବ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ଅପ୍ରତ୍ୟାଶିତ ଘଟଣା ଘଟିବ । ଆୟରସ୍ରୋତ ଖୋଲିଯିବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହୋଇ କରଜର ମାତ୍ରା ହ୍ରାସପାଇବ । ଭୋଗ ବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

ମୀନ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ସମସ୍ୟାର ସମାଧାନ ହୋଇଯିବ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!