ଦୈନିକ ରାଶିଫଳ: 06 ଜୁନ 2022, ମହାଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୬ତାରିଖ, ସୋମବାର, ବୃଷମାସ ୨୩ଦିନ, ଜ୍ୟେଷ୍ଠମାସ ଶୁକ୍ଳପକ୍ଷ, ମଳଷଷ୍ଠୀତିଥି ପ୍ରାତଃ ୬ଟା ୪୦ମିନିଟ୍ ପରେ ସପ୍ତମୀ ତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ନିଶାନ୍ତ ୪ଟା ୫୧ମିନିଟ୍ ପରେ ବଜ୍ର ଯୋଗ । ତୈତିଳ କରଣ ପ୍ରାତଃ ୬ଟା ୪୦ମିନିଟ୍ ପରେ ଗର କରଣ । ମିଥୁନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ, ପ୍ରାତଃ ୬ଟା ୪୦ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ପ୍ରାତଃ ୬ଟା ୪୦ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୪୯ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୩ଟା ୨ମିନିଟ୍ ରୁ ୪ଟା ୪୧ମିନିଟ୍, ରାତ୍ରି ୧୦ଟା ୨୪ମିନିଟ୍ ରୁ ୧୧ଟା ୪୫ମିନିଟ୍ । ଶୁଭସମୟ- ସକାଳ ୮ଟା ୪୨ମିନିଟ୍ ରୁ ୧୦ଟା ୨୫ମିନିଟ୍, ରାତ୍ର ୯ଟା ୧୪ମିନିଟ୍ ରୁ ୧୦ଟା ୨୩ମିନିଟ୍, ରାତ୍ର ୧୧ଟା ୪୬ମିନିଟ୍ ରୁ ୧୨ଟା ୬ମିନିଟ୍, ରାତ୍ର ୧ଟା ୩୪ମିନିଟ୍ ରୁ ରାତ୍ର ୨ଟା ୫୯ମିନିଟ୍, ରାତ୍ର ୩ଟା ୪୫ମିନିଟ୍ ରୁ ୪ଟା ୨୬ମିନିଟ୍ ।

ମେଷ:-ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ମନ ନିବେଶ କରିବେ । ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନବନ୍ଧୁଙ୍କୁପାଇ ଖୁସୀ ଅନୁଭବ କରିବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର-ସିନ୍ଦୁର ଟିକେ ମୁଣ୍ଡରେ ଲଗାନ୍ତୁ ।

ବୃଷ:-ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି କର୍ମକ୍ଷେତ୍ରରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣ ହେବେ । ପରିବାରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖି ପାରିବେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବାଦବିବାଦ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ଅଳ୍ପରେ ସନ୍ତୁଷ୍ଟ ହେବେ ଓ ଧର୍ମକାର୍ଯ୍ୟରେ ମତି ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟ କଳହମେଣ୍ଟିଯିବ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ପ୍ରାପ୍ତି ହେବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ସମ୍ମାନ ମିଳିବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ, ଓ ସ୍ୱର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ଓ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାରବିଭାଗରେ କର୍ମରତ ଥିବା ବ୍ୟକ୍ତିମାନେ ବିଶେଷ ଉପକୃତ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସାମାଜିକ ସ୍ତରରେ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-ଶତୃବଧା ଦୂରେଇ ଯାଇ ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂରହେବ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ । ବାଣିଜ୍ୟ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:- ଅର୍ଥସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନକରି ପାରିବେ । ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-ବ୍ୟବସାୟରେ ଆୟ ବୃଦ୍ଧି ଓ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୈତିକ କ୍ଷେତ୍ରରରେ ସ୍ଥିତି ସୁଦୃଢ ହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ । ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ । ଗୃହୋପକରଣ କ୍ରୟ କରିବେ । ଜାଗା, ଜମି, ଗୃହସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!