ଦୈନିକ ରାଶିଫଳ: 06 ମାର୍ଚ୍ଚ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚ ମାସ ୬ତାରିଖ, ଶନିବାର, କୁମ୍ଭମାସ ୨୩ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି, ଜ୍ୟେଷ୍ଠାନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । ନଡିଆ, ଆମିଷ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୧୦ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଶୁଭସମୟ- ଦିବା ୧୦ଟା ୩୧ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୮ଟା ୧୮ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୩ମିନିଟ୍ ରୁ ୨ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଋଣ ଭରଣାରେ କଷ୍ଟ ହେବ । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱାସର ସହ କାମ କରିବେ । ପୁରାତନ ରୋଗର ପ୍ରକୋପ ସହିତ ଉଦର ପୀଡ଼ା ଦେଖା ଦେଇପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:-

ବ୍ୟବସାୟ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦା ଜନକ ପରିସ୍ଥିତି ସୃଷ୍ଟି କରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ମାମଲା ବହୁତ ସହଜ ସରଳହେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟ ମିଳିବା ସହ ଧନପ୍ରାପ୍ତିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଆୟ ଉତ୍ତମ ହୋଇ ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ଯାନ ବାହନ ସୁଖ ମିଳିବ । ପୁରାତନ ରୋଗର ପ୍ରକୋପ ଉପଶମ ହୋଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ଖେଳରେ ଓ ବିଦ୍ୟାରେ ଉନ୍ନତି ହେବା ସହ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଘରୋଇ କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-

ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପରିବାରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ସାମାଜିକ ସ୍ତରରେ ଖ୍ୟାତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-

ପାରିବାରିକ ଜୀବନରେ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବା ଫଳରେ ନାନା ବାଟରେ ଧନାଗମ ଘଟିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ । ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଜୀବନସାଥିଙ୍କ ସହ ମତାନ୍ତର ଦେଖାଦେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ । ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ଆର୍ଥିକକ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-

ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ପାଇବ । ଆର୍ଥିକ ଦିଗରୁ ଉନ୍ନତି ଅନୁଭବ କରି ନୂତନ ପଦାର୍ଥ କ୍ରୟ କରିପାରନ୍ତି । ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ଧନୁ:-

ବ୍ୟବସାୟୀ ମାନଙ୍କର କାରବାର ବଢିବ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ । ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ କ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

ମକର:-

ବ୍ୟବସାୟରେ ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ଶିକ୍ଷାକ୍ଷେତ୍ରରେ ତେଜସ୍ୱୀ, ସୌଭାଗ୍ୟଶାଳୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ସ୍ୱାସ୍ଥ୍ୟରେ ଉନ୍ନତି ହେବ । ନୂତନ ଯୋଜନାରେ ସଫଳତା ମିଳିବ । ଶତୃ ପରାଜିତ ହେବେ । ନିଜ ପରିଶ୍ରମରୁ ଲାଭ ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ଉତ୍ତମ ରୋଜଗାର କରି ପାରିବେ । ବ୍ୟବସାୟରେ ଭଲ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କଲେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମୀନ:-

କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଆୟ ଉପାର୍ଜନରେ ବାଧାନାହିଁ । ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଓ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ପ୍ରେମ କ୍ଷେତ୍ରରେ ଆଶାତୀତ ଲାଭ ମିଳିବ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!