ଦୈନିକ ରାଶିଫଳ: 06 ମାର୍ଚ୍ଚ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୬ ତାରିଖ, ରବିବାର, କୁମ୍ଭ ମାସ ୨୨ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ । ବାଣିଜ୍ୟ କରଣ ସକାଳ ୮ଟା ୪୮ମିନିଟ୍ ଗତେ ବିଷ୍ଟି କରଣ । ମେଷ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ରାତି ୯ଟା୧୨ ମିନିଟ୍ ପରେ ବେଲ,ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୯ଟା ୧୨ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୩୦ମିନିଟ୍ ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୨୯ମିନିଟ୍ ରୁ ରାତ୍ରି ୩ଟା ୨ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୭ମିନିଟ୍ ରୁ ୧୦ଟା, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୫ମିନିଟ୍, ସନ୍ଧ୍ୟା ୬ଟା ୩୯ମିନିଟ୍ ରୁ ୯ଟା ୦୬ମିନିଟ୍, ରାତ୍ର ୧୨ଟା ୨୩ମିନିଟ୍ ରୁ ୧ଟା ୨୯,ରାତ୍ର ୩ଟା ୨ରୁ ୩ଟା ୩୮ମିନିଟ୍ । ପର୍ବଦିନ- ବିନାୟକ ଚତୁର୍ଥୀ ଓ ଗୌରିଗଣେଶ ଚତୁର୍ଥୀ ।

ମେଷ:-ସମାଜ ସେବା, ଲୋକ ସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ବାପାଙ୍କ ଠାରୁ ସହଯୋଗ ପାଇ ପାରିବାରିକ ସୁଖ ପ୍ରାପ୍ତି ହେବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ଆତ୍ମୀୟସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବା ସହ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଶତୃମାନେ ପରାଜିତ ହେବା ସହ ସ୍ୱାସ୍ଥ୍ୟ ଠିକ୍ ରହି ପାରେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତି ସମ୍ବନ୍ଧୀୟ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଶତୃମାନେ ପରାଜିତ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ସିଂହ:-ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତିହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି ନୂତନକର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଅଫିସରେ କରିଥିବା କାମର ଶୁଭସୂଚନା ପାଇବେ । ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

କନ୍ୟା:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମନୋରଂଜନ କାର୍ଯ୍ୟରେ ସମୟ କଟିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଶତୃ ବିରୋଧୀ ମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସୁଖ ସମ୍ପଦ ପ୍ରାପ୍ତି ହେବ । ବିରୋଧୀ ମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:-ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ଶୁଭ ସମାଚାର ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ମକର:-ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, କେତେକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ । ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟରେ ଜବରଦସ୍ତି ଉନ୍ନତି ସହ ଆଶାତୀତ ଲାଭ ପାଇବେ । ଆୟରସ୍ରୋତ ଖୋଲିଯିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଶୁଭ ସମାଚାର ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ସହ ଉଚିତପନ୍ଥା ଗ୍ରହଣ କରି ସଫଳତା ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!