ଦୈନିକ ରାଶିଫଳ: ୦୬ ମଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସବୁ କାର୍ଯ୍ୟରେ ସିଦ୍ଧି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମଇମାସ ୬ତାରିଖ, ବୁଧବାର, ମେଷମାସ ୨୪ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ଚିତ୍ରାନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର କର୍କଟ ରାଶିର ଘାତବାର। ବିରି ଜାତୀୟ ଦ୍ରବ୍ୟ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୧୮ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୮ମିନିଟ୍ ରୁ ୧୧ଟା ୧୭ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୫୩ମିନିଟ୍ ରୁ ରାତ୍ର ୧୦ଟା ୩୬ମିନିଟ୍। ପର୍ବଦିନ ସର୍ବସମ୍ମତ ନୃସିଂହ ଚତୁର୍ଦ୍ଦଶୀ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପଢାପଢିରେ କୌଣସି ଅସୁବିଧା ହେବ ନାହିଁ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ। ଫୋନ, ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅଟକିଥିବା କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ।  ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରେ ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ନତୁବା ଅଧିକ ଫାଇଦା ଉଠାଇବା ଚକ୍କରରେ ବ୍ୟୟ ଅଧିକ ହୋଇଯିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଆଦିରେ ପ୍ରଶଂସା ମିଳିବ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ବ୍ୟବସାୟ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଖୁସି ହେବେ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ମନ ଓ ଶରୀର ଭଲ ରହିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

କାହାରି ପାଖରେ ମୁଣ୍ଡ ନଇଁବ ନାହିଁ।  ଚାକିରିରେ ଉତ୍ତମ ରୋଜଗାର କରିପାରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ। ନାନା ବାଟରେ ଧନାଗମ ଘଟିବ ଓ ସେହିପରି ଖର୍ଚ୍ଚର ଦ୍ଵାର ସାହାଣ ମେଲା ରହିବ। ପାରିବାରିକ ଜୀବନରେ ଅ।ବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବାକୁ ଅନୁପ୍ରାଣିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଭାଇ ବନ୍ଧୁ ମାନଙ୍କ ଠାରୁ ଶୁଭ ସୂଚନା ଶୁଣିବାକୁ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧି ହେବା ସହ ଲାଭର ପରିମାଣ ଅଧିକ ହେବ। ପାରିବାରିକସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ପୂରଣ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ପରାଜିତ ହେବେ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ।ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ। ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟି ଯାଇ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନଙ୍କୁ ବିବାଦମାନ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡିବ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!