ଦୈନିକ ରାଶିଫଳ: 06 ମଇ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇମାସ ୬ ତାରିଖ, ଗୁରୁବାର, ମେଷମାସ ୨୩ ଦିନ, ବୈଶାଖମାସ, କୃଷ୍ଣପକ୍ଷ, ଦଶମୀତିଥି, ଶତଭିଷା ନକ୍ଷତ୍ର, ଦିବା ୧୦ଟା ୩୨ମିନିଟ୍ ଗତେ ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ତୁଳା ଓ କୁମ୍ଭ ରାଶିର ଘାତବାର । ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ, ଦିବା ୨ଟା ୧୦ ମିନିଟ୍ ପରେ ଶିମ୍ବ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୯ମିନିଟ୍ ରୁ ୭ଟା ୧ମିନିଟ୍, ଦିବା ୧୦ଟା ୨୭ମିନିଟ୍ ରୁ ୧ଟା ୧ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ପାରିବାରିକ ଜୀବନରେ ଅଶାନ୍ତି ଦୂର ହୋଇ ସୁଖମୟ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ ।

ବୃଷ:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯାଇ ଶରୀର ସୁସ୍ଥ ରହିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ସୁଖ, ସମ୍ପତ୍ତି ଲାଭ ଓ ଉଚ୍ଚ ସମ୍ମାନ ପାଇବା ସହ ସାମାଜିକ ପତିଆରା ଅମଳିନ ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇ ପାରିବାରିକ ଜୀବନ ସୁଖମୟ ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ସାମାଜିକ ପତିଆରା ଅମଳିନ ରହିବ । ସହକର୍ମୀଙ୍କ ସହଯୋଗ ପାଇ ଖୁସି ହେବେ । କର୍ମରେ ସନ୍ତୋଷ, ମାନସିକ ଦୁଶ୍ଚିନ୍ତା ଦୂରହେବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଆଶା କରିଥିବା ଧନ ପ୍ରାପ୍ତିହେବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧାପାଇ ମାନସିକବିଷାଦ, ଦାମ୍ପତ୍ୟକଳହ ଦୂରହେବା ସହ ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ମିଳିବ । ସନ୍ତାନସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରାୟ କାର୍ଯ୍ୟରେ ସଫଳତା ମିଳିବ । ପରିବହନରେ ବିଶେଷ ଲାଭ ପାଇବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଋଣରୁ ମୁକ୍ତି ମିଳିବାର ବାଟ ମିଳିବ । ଶତ୍ରୁବାଧା ଦୂରେଇ ଯିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବା ସହ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ବିଦ୍ୟାର୍ଥୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଅର୍ଥ କିଛି ମିଳିବା ସହ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ମାଲିମୋକଦ୍ଦମା ଓ ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଧାରଣ ଘଟଣାକୁ କେନ୍ଦ୍ରକରି ସାମାଜିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ଧନୁ:-

ନିକଟ ସମ୍ପର୍କୀୟମାନେ ପରାମର୍ଶ ଲୋଡିବେ । ବନ୍ଧୁମାନଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବା ଫଳରେ ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଆଶାତୀତ ଲାଭ ପାଇବେ । ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-

ବ୍ୟବସାୟକ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିଯୋଗୀତା ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

ଆଶା କରୁଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ସହ ମାନସିକ ଏକାଗ୍ରତା ବଜାୟ ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସନ୍ତାନ ସମ୍ବନ୍ଧରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!