ଦୈନିକ ରାଶିଫଳ: 06 ମଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୬ତାରିଖ, ଶୁକ୍ରବାର, ମେଷମାସ ୨୩ଦିନ, ବୈଶାଖମାସ ଶୁକ୍ଳପକ୍ଷ, ପଞ୍ଚମୀତିଥି, ଦିବା ୧୨ଟା ୩୩ମିନିଟ୍ ଗତେ ଷଷ୍ଠୀତିଥି, ଆର୍ଦ୍ରାନକ୍ଷତ୍ର ସକାଳ ୯ଟା ୧୯ମିନିଟ୍ ପରେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଧୃତି ଯୋଗ ସନ୍ଧ୍ୟା ୭ଟା ୫ମିନିଟ୍ ପରେ ଶୂଳ ଯୋଗ । ବାଳବ କରଣ ଦିବା ୧୨ଟା ୩୩ମିନିଟ୍ ପରେ କୌଳବ କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବେଲ ନ ଖାଇଲେ ଭଲ, ଦିବା ୧୨ଟା ୩୩ମିନିଟ୍ ପରେ ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଦକ୍ଷିଣେ ଦିବା ୧୨ଟା ୩୩ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୩୨ମିନିଟ୍ ରୁ ୧୧ଟା ୪୩ମିନିଟ୍, ରାତ୍ରି ୮ଟା ୫୫ମିନିଟ୍ ରୁ ୧୦ଟା ୧୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୯ମିନିଟ୍ ରୁ ୬ଟା ୯ମିନିଟ୍, ପ୍ରାତଃ ୭ଟା ୨ମିନିଟ୍ ରୁ ୮ଟା ୩୦ମିନିଟ୍, ଦିବା ୧୨ଟା ୧୦ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୨୬ମିନିଟ୍ ରୁ ସନ୍ଧ୍ୟା ୬ଟା ୬ମିନିଟ୍, ରାତ୍ର ୭ଟା ୩୮ମିନିଟ୍ ରୁ ରାତ୍ର ୮ଟା ୫୫ମିନିଟ୍, ରାତ୍ର ୧ଟା ୩୫ମିନିଟ୍ ରୁ ୩ଟା ୪୮ ମିନିଟ୍ । ପର୍ବଦିନ- ଆଦି ଶଙ୍କାରାଚାର୍ଯ୍ୟଙ୍କ ଜୟନ୍ତୀ ।

ମେଷ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖା ଦେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ ଓ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ନାଲିରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

ବୃଷ:-ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ନୂତନ ସଂସ୍ଥାର ଆୟୋଜନ କରିବେ ଓ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ପୂର୍ବ ଶତ୍ରୁତାର ଅବସାନ ଘଟିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପାରିବାରିକ କ୍ଷେତ୍ରରେ ସମସ୍ଯା ମେଣ୍ଟି ଯିବା ଫଳରେ ଆତ୍ମସନ୍ତୋଷ ଆଣିଦେବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:-ଶତୃମାନେ ମଥାନତ କରିବେ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହୋଇପାରେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ରାଜନୀତିରେ ସଫଳତା ମିଳିବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ପାରିବାରିକ ଜୀବନ ଆନନ୍ଦମୟ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ଅନୁଭବ କରିବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ବାଦବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ରାଜନୀତି କ୍ଷେତ୍ରରେ ବିଜୟୀ ହେବେ । କର୍ମ କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ଦୂରେଇ ଯିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ରାଜନୈତିକ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇ ଅବହେଳିତ ଲୋକଙ୍କସହ ମିଳାମିଶା କରିଉଚ୍ଚ ପ୍ରଶଂସିତ ହେବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଗୃହ ଉପକରଣ କ୍ରୟ କରିବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଇ ପ୍ରଶଂସା ପାଇବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶତୃବଧା ଦୂରେଇ ଯିବ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ କରିବାକୁ ଚେଷ୍ଟାକଲେ ସଫଳ ହେବେ । ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରି ପାରିବେ । ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ଶୁଭକାମ କରି ପ୍ରଶଂସିତ ହେବେ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ରାଜନୀତିରେ ଫାଇଦା ଉଠାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!