ଦୈନିକ ରାଶିଫଳ: 6 ନଭେମ୍ବର ୨୦୨୦, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ଅନାଟନରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୬ତାରିଖ, ଶୁକ୍ରବାର, ତୁଳା ମାସ ୨୧ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ମଳ ପଞ୍ଚମୀତିଥି, ପ୍ରାତଃ ୬ଟା ୩୬ମିନିଟ୍ ଗତେ ଷଷ୍ଠୀ ତିଥି, ଆର୍ଦ୍ରା ନକ୍ଷତ୍ର, ପ୍ରାତଃ ୬ଟା ୪୪ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ବିଛା, ଧନୁ, ମୀନ ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ବେଲ, ପଣସ ଓ ପିତା ଦ୍ରବ୍ୟ ନ ଖାଇଲେ ଭଲ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୫ଟା ୫୫ମିନିଟ୍ ରୁ ୬ଟା ୩୭ମିନିଟ୍, ସକାଳ ୭ଟା ୨୪ମିନିଟ୍ ରୁ ୮ଟା ୪୧ମିନିଟ୍, ଦିବା ୧୧ଟା ୫୩ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୭ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୫ଟା ୫୮ମିନିଟ୍ ରୁ ରାତ୍ର ୮ଟା ୧୭ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ରାତ୍ର ୧ଟା ୩୭ମିନିଟ୍।

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମାଜ ସେବା ରେ ସ୍ଵନାମ ଅର୍ଜନ କରି ପାରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ବ୍ୟବସାୟ କ୍ଷେତ୍ରରୁ ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ। ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ। ରାଜନେତାମାନେ ଦୂର ସ୍ଥାନକୁ ଯାତ୍ରା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଆପଣଙ୍କର ଭୂଷଣହେବ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରି ଓ ପ୍ରଶଂସା ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବ୍ୟବସାୟିକସ୍ଥିତି ସୁଦୃଢ ହେବା ସହ ଆୟ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ବ୍ୟବସାୟ ଆରମ୍ଭ କଲେ ଆଶାତୀତ ଲାଭ ହେବ ଓ ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ଅଧିକ ଲାଭାନ୍ଵିତ ହେବେ। ଶତୃମାନେ ପରାଜିତ ହେବେ। ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇବେ। ମାନସିକ ଅଶାନ୍ତି ଦୂରେଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ ଓ ପରୀକ୍ଷାରେ ସଫଳ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ଶତୃମାନେ ପରାଜିତ ହେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ପାଇବେ। ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ଗୁରୁ ଗୁରୁଜନମାନଙ୍କର ସହଯୋଗ ପାଇବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଆନନ୍ଦ ରହିବ। କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ। ନୂଆ କାମ କିଛି ଆରମ୍ଭ ନକରିବା ଭଲ। ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ। ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। କେତେକ କ୍ଷେତ୍ରରେ ସାମାନ୍ୟ ସୁବିଧା ପାଇବେ। କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ବ୍ୟବସାୟିକ କ୍ଷେତ୍ରରେ ଅଧିକ ଉନ୍ନତି ପଥରେ ଅଗ୍ରସର ହେବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଉଚ୍ଚାଧିକାରୀ ଓ ସରକାରୀ ଅଧିକାରୀ ମାନଙ୍କର ସମର୍ଥନ ଲାଭ କରିବେ। ରାଜନୈତିକ କ୍ଷେତ୍ରରେ ସୁନାମ ଖ୍ୟାତି ଚାରିଆଡେ ବ୍ୟାପିଯିବ ଓ ସମାଜରେ ଲୋକପ୍ରିୟତା ଉଚ୍ଚତାର ଶୀଖରରେ ପହଁଞ୍ଚିବ। ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ। ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ନୂତନ ଉପାର୍ଜନକ୍ଷମ ହେବେ ଯାହାକି ଜୀବନର ଗତିକୁ ବଦଳାଇ ଦେବ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ ସନ୍ତୋଷରେ କଟିବ। ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ। ନୂତନ ପ୍ରକଳ୍ପ ଆରମ୍ଭ କରିପାରନ୍ତି ଅଥବା ଏକ ନୂତନ ଯୋଜନା ସ୍ଥିରିକୃତ କରିପାର ଯାହା କି ତୁମ ପାଇଁ ପ୍ରଚୁର ଲାଭ ଆଣିଦେବ। ଦୂରସ୍ଥାନକୁ ଯାତ୍ରା କରିପାରିବେ। ଅବିବାହିତ ଯୁବକ ଓ ଯୁବତୀ ମାନଙ୍କର ବିବାହ ଧାର୍ଯ୍ୟ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସାମାଜିକ ପତିଆରା ଅମଳିନ ରହିବ। କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ।ଫଲ୍ୟ ହେବ। ପାରିବାରିକ ଜୀବନରେ ସୁଖ ଶାନ୍ତି ଲାଭ ହେବ। ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆୟ ଉପାର୍ଜନରେ ବାଧା ନାହିଁ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ଦେଖାଦେଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-

ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ପାଇବା ସହ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ସ୍ଥାପିତ ହେବ। ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଉପଯୁକ୍ତ ଲୋକମାନଙ୍କ ସହିତ ସ୍ଥାୟୀ ବନ୍ଧୁତା ସ୍ଥାପନ କରି ପାରିବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!