ଦୈନିକ ରାଶିଫଳ: 06 ସେପ୍ଟେମ୍ବର 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ସେପ୍ଟେମ୍ବର ମାସ ୬ତାରିଖ, ମଙ୍ଗଳବାର, ସିଂହମାସ ୨୧ଦିନ, ଭାଦ୍ରବମାସ, ଶୁକ୍ଳପକ୍ଷ, ଦଶମୀତିଥି ପ୍ରାତଃ ୫ଟା ୫୪ମିନିଟ୍ ପରେ ଏକାଦଶୀତିଥି କ୍ଷୟ, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ସକାଳ ୮ଟା ୧୪ମିନିଟ୍ ପରେ ସୌଭାଗ୍ୟ ଯୋଗ । ଗର କରଣ ପ୍ରାତଃ ୫ଟା ୫୪ମିନିଟ୍ ପରେ ବାଣିଜ୍ୟ କରଣ ଓ ଦିବା ୪ଟା ୩୧ମିନିଟ୍ ପରେ ବିଷ୍ଟି କରଣ । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ପ୍ରାତଃ ୫ଟା ୫୪ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ପ୍ରାତଃ ୫ଟା ୫୪ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଏକାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧ଟା ୧୭ମିନିଟ୍ ରୁ ୪ଟା ୨୧ମିନିଟ୍, ରାତ୍ରି ୭ଟା ୮ମିନିଟ୍ ରୁ ୮ଟା ୪୦ମିନିଟ୍ । ଶୁଭସମୟ- ସକାଳ ୮ଟା ୪୧ମିନିଟ୍ ରୁ ୧୦ଟା ୩୦ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ଦିବା ୧ଟା ୧୬ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ୫ଟା ୩ମିନିଟ୍, ସନ୍ଧ୍ୟା ୫ଟା ୫୫ମିନିଟ୍ ରୁ ୬ଟା ୩୯ମିନିଟ୍, ରାତ୍ର ୯ଟା ୨ମିନିଟ୍ ରୁ ୧୧ଟା ୨୦ମିନିଟ୍, ରାତ୍ର ୧ଟା ୪୩ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ପାର୍ଶ୍ଵପରିବର୍ତ୍ତନ ବଡ ଏକାଦଶୀ ।

ମେଷ:-କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମାନସିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପରିବାରରେ ଖୁସିର ବାତା ବରଣ ସ୍ଥାୟି ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ଶତୃଙ୍କ ସହିତ ମୁକାବିଲା କରିପାରିବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ନୂଆ ସମ୍ପର୍କରେ ଉନ୍ନତି ହେବା ସହ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ରାଜକୀୟ କାର୍ଯ୍ୟରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ନୂତନ ସମ୍ବନ୍ଧ ସୃଷ୍ଟିହେବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର କରି ପାରନ୍ତି । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ଶୁଭଫଳ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ଚାକିରୀ ଓ କାର୍ଯ୍ୟ କ୍ଷେତ୍ରରେ ଆଗକୁ ବଢିପାରିବେ । ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ତୁଳା:-କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯାଇ ପାରେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ଦାମ୍ପତ୍ୟ କଳହ ମେଣ୍ଟିଯିବ କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ରାଜନୀତି କ୍ଷେତ୍ରରେ ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶରୀର ସୁସ୍ଥ ରହିବ ଓ କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ ଓ ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ପରିବାର ସମ୍ବନ୍ଧିତ କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରି ଅନୁତାପ କରି ପାରନ୍ତି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଶୁଭ ଫଳ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ବିରୋଧିମାନେ କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ ପାରନ୍ତି । କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବା ସହ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଜାଗାଜମି, ଯାନବାହାନ, ସମ୍ପତ୍ତିଆଦି କ୍ରୟ ବିକ୍ରୟ କରି ଭଲ ଲାଭ ପାରିବେ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବା ସହ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଛାତ୍ର ଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!