ଦୈନିକ ରାଶିଫଳ: ୬ ସେପ୍ଟେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୬ ତାରିଖ, ରବିବାର, ସିଂହ ମାସ ୨୨ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ମେଷରାଶିର ଘାତଚନ୍ଦ୍ର। ମୂଳା ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୬ମିନିଟ୍ ରୁ ୯ଟା ୪୦ମିନିଟ୍, ଦିବା ୧ଟା ୧୮ମିନିଟ୍ ରୁ ୧ଟା ୪୬ମିନିଟ୍, ସନ୍ଧ୍ୟା ୬ଟା ୪୧ମିନିଟ୍ ରୁ ରାତ୍ର ୯ଟା ୧ମିନିଟ୍। ପର୍ବଦିନ- ଅପରପକ୍ଷର ଚତୁର୍ଥୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି ପ୍ରସନ୍ନ ହୋଇ ଯିବେ। ଆତ୍ମୀୟଙ୍କ ସମ୍ବନ୍ଧୀତ ଚିନ୍ତା ଦୂର ହୋଇ ପାରିବାରିକ ଜୀବନ ଆନନ୍ଦରେ କଟିବ। ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। କର୍ମକ୍ଷେତ୍ରରେ କିଛି ନୂଆ ସୁଯୋଗ ଆସିବ ଓ ରାଜକୀୟ ସମ୍ମାନ ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଶତୃମାନେ ଷଡ଼ଯନ୍ତ୍ର କରି ଅପଦସ୍ତ ହେବେ। ବାଦବିବାଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ।  ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମସ୍ୟା ଦୂର ହୋଇଯିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବା ସହ ଆର୍ଥିକ ଲାଭ ହେବ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଋଣମୁକ୍ତ ହେବେ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରି ପାରିବେ ନାହିଁ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସେବାକାରୀମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବିଦ୍ୟାରେ ଉନ୍ନତି ହେବା ସହ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିଲେ ମଧ୍ୟ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥ ସଙ୍କଟରୁ ମୁକ୍ତି ମିଳିବ।  ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସନ୍ତାନଙ୍କ ଉନ୍ନତିରେ ମାନସିକ ଶାନ୍ତି ମିଳିବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହେଲେ ମଧ୍ୟ ଖର୍ଚ୍ଚ ଅଧିକ ହେବ। ଛାତ୍ରଛାତ୍ରୀମାନେ ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହେବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍।  ପ୍ରତିକାରକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହୋଇ ପାରେ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ବିବାଦରୁ ମୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ। ଯଶଲାଭ, ଆର୍ଥିକ ଉନ୍ନତି, ଶୁଭ ସମ୍ବାଦ ପ୍ରାପ୍ତିହେବ। ବ୍ୟବସାୟରେ ଗୁରୁ ଦାୟିତ୍ୱ ବହନ କରି, କଠିନ ପରିଶ୍ରମ କରିବାକୁ ପଡିବ। ସନ୍ତାନଙ୍କର ଉନ୍ନତି ଖବର ପାଇ ମନ ଖୁସି ରହିବ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ନିର୍ମାଣମୂଳକ ଯୋଜନାରେ ଆଗେଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସମୟକୁ ହାତ ଛଡ଼ା ନ କରିବା ଉଚିତ୍। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ କରଜ ଭାରରୁ ମୁକ୍ତି ମିଳିବ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ।ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ଗୃହବାହନ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ପଢିବା, ପଢେଇବାରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ। ନୂତନ ଯୋଜନା ପ୍ରସ୍ତୁତ କରି ଆୟ ଉପାର୍ଜ୍ଜନର ବୃଦ୍ଧି ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ଗୃହୋପକରଣ କ୍ରୟ କରିବେ। ଯାତ୍ରାଫଳରେ ଉତ୍ସାହିତ ହେବେ। ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ଋଣରୁ ମୁକ୍ତି, ଗୃହବାହନ ପ୍ରାପ୍ତି, ପରିଜନ ଓ ସାଧୁଜନପ୍ରିୟ ହୋଇ ସୁଖଭୋଗ କରିବେ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ଆୟର ସ୍ରୋତ ଖୋଲି ଯିବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଯୋଗେ ସମ୍ବନ୍ଧରେ ପ୍ରଗାଢତା ଦେଖା ଦେବ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ପରିବାରର ମାମଲା ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବନ୍ଧୁଙ୍କ ଆଗମନ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାର କ୍ଷେତ୍ରରେ କୃତକାର୍ଯ୍ୟ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସୁଖ ସମୃଦ୍ଧି ପ୍ରତି ବାଧାବିଘ୍ନ ଘଟିବା ଯୋଗେ ଉଦ୍ ବେଗ ଓ ଅଶାନ୍ତି ବୃଦ୍ଧିହୋଇ ପାରେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!