ଦୈନିକ ରାଶିଫଳ: ୦୭ ଏପ୍ରିଲ ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୭ତାରିଖ, ମଙ୍ଗଳବାର, ମୀନ ମାସ ୨୫ ଦିନ, ଚୈତ୍ର ମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବୃଷ ରାଶିର ଘାତଚନ୍ଦ୍ର। ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୪୪ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧ଟା ୩ମିନିଟ୍ ରୁ ୧ଟା ୨୦ମିନିଟ୍, ଦିବା ୪ଟା ୨୭ମିନିଟ୍ ରୁ ୫ଟା ୮ମିନିଟ୍, ସନ୍ଧ୍ୟା ୬ଟା ୧ମିନିଟ୍ ରୁ ୬ଟା ୪୫ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୧୧ଟା ୨୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରିବାରରେ ମାନ ମନାନ୍ତର ଦୂର ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। ବାଦବିବାଦରୁ ଦୂରତା ରକ୍ଷା କରନ୍ତୁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଧାର୍ମିକସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ଘରୁ ବାହାରକୁ ବାହାରିବା ଦ୍ଵାରା ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ସବୁ ଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଶୁଭକାମ କରି ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟବସାୟୀମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ। ବାହାରକୁ ନ ବାହାରିଲେ ମନ ଓ ଶରୀର ଭଲ ରହିବ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୀତିରେ ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସମାଜସେବା କାର୍ଯ୍ୟରେ କଠିନ ପରିଶ୍ରମ କରିବା ଦ୍ଵାରା ଯଶ ମାନ ସମ୍ମାନ ମିଳିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ଗୁରୁଜନମାନଙ୍କ ଆଶୀର୍ବାଦ ପାଇ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ। ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ। ସମସ୍ତଙ୍କ ମେଳରେ ରହି ମଧ୍ୟ ନିଃସଙ୍ଗତା ଅନୁଭବ କରି ପାରନ୍ତି। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସେବାକାରୀ ମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସାମାଜିକ ସ୍ଥିତି ଓ ମାନ ସମ୍ମାନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ବ୍ୟବସାୟୀ ମାନଙ୍କର ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଶରୀରପୀଡା ଭୋଗ କରିବା ସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ହେବ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରେମ କ୍ଷେତ୍ରରେ ଥିବା ସମସ୍ୟା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ରାଜନୀତି କ୍ଷେତ୍ରରେ ଅଯଥା ଧଁ। ଦୌଡ଼ ଲାଗିରହିବା ଯୋଗେ କ୍ଳାନ୍ତଶ୍ରାନ୍ତ ହେବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ସୁସ୍ଵାଦୁ ଖାଦ୍ୟ ଖାଇବାକୁ ପାଇବେ। ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!