ଦୈନିକ ରାଶିଫଳ: 07 ଏପ୍ରିଲ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୭ତାରିଖ, ଗୁରୁବାର, ମୀନ ମାସ ୨୪ ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି ରାତି ୮ଟା ୩୩ ମିନିଟ୍ ପରେ ସପ୍ତମୀ ତିଥି, ମୃଗଶିରା ନକ୍ଷତ୍ର, ରାତି ୧୦ଟା ୪୧ମିନିଟ୍ ପରେ ଆର୍ଦ୍ରାନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର ଦିବା ୯ଟା ୯ ମିନିଟ୍ ପରେ ମିଥୁନ ଚନ୍ଦ୍ର । ସୌଭାଗ୍ୟ ଯୋଗ ଦିବା ୯ଟା ୩୦ମିନିଟ୍ ପରେ ଶୋଭନ ଯୋଗ । କୌଳବ କରଣ ସକାଳ ୭ଟା ୧୬ମିନିଟ୍ ପରେ ତୈତିଳ କରଣ । ତୁଳା ଓ କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର ଦିବା ୦୯ଟା ୦୯ମିନିଟ୍ ପରେ କନ୍ୟା ରାଶିର ଘାତଚନ୍ଦ୍ର । ନିମ୍ବ ନ ଖାଇଲେ ଭଲ ରାତି ୮ଟା ୩୩ ମିନିଟ୍ ପରେ ତାଳ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପଶ୍ଚିମେ ରାତି ୦୮ଟା ୩୩ ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୪ମିନିଟ୍ ରୁ ସନ୍ଧ୍ୟା ୫ଟା ୫୯ମିନିଟ୍ ରାତ୍ରି ୧୧ଟା ୪୯ମିନିଟ୍ ରୁ ୧ଟା ୧୭ମିନିଟ୍ । ଶୁଭସମୟ- ସକାଳ ୫ଟା ୪୦ମିନିଟ୍ ରୁ ୭ଟା ୧୮ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୩ମିନିଟ୍, ରାତ୍ର ୨ଟା ୩୨ମିନିଟ୍ ରୁ ୩ଟା ୧୯ମିନିଟ୍ ।

ମେଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ମାନସିକ ସୁସ୍ଥତା ଅନୁଭବ କରିବେ । ବିଦ୍ୟାରେ ମନ ଯୋଗଦେଲେ ପ୍ରତିକୁଳ ପରିସ୍ଥିତି ଦୂରେଇ ଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ଘରୋଇ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ ।

ମିଥୁନ:-ଶୁଭ ସମାଚାର ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ସଫଳତା ମିଳିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଧନ ଲାଭ ହେବାରୁ ମନଖୁସି ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସନ୍ତାନସୁଖ ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ଅର୍ଥଲାଭର ମାର୍ଗ ଖୋଲିଯିବ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ ।

କନ୍ୟା:-ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ନିଜର ଯୋଜନା ମୁତାବକ କାର୍ଯ୍ୟ କରିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଲେଖାପଢାରୁ ଶୁଭଫଳ ମିଳିବ । ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ ।

ତୁଳା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆଗ୍ରହ ବଢିବ । ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆଳସ୍ୟ ବୃଦ୍ଧିପାଇବ । ବ୍ୟବସାୟରେ ସଫଳତା ଅର୍ଜନ ଓ ଦୂରଯାତ୍ରାର କଷ୍ଟ ପାଇବେ । ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନସିକ ସ୍ୱାସ୍ଥ୍ୟ ବ୍ୟବସ୍ଥିତ ରହିବ । ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି ହେବା ସହ ପରୀକ୍ଷା, ପ୍ରତି ଯୋଗୀତାରେ ବିଜୟୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ବୃଦ୍ଧିହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ମାନସିକ ଶାନ୍ତି ମିଳିବ । ଶତ୍ରୁତାର ଅବସାନ ଘଟିବ ଓ ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!