ଦୈନିକ ରାଶିଫଳ: 07 ଏପ୍ରିଲ 2023, ଶୁକ୍ରବାର, ମା ସନ୍ତୋଷୀ’ଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି । ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ । ରାଜନୈତିକ କ୍ଷେତ୍ରରେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଷ୍ଟକ୍ ମାର୍କେଟ ବା ସେୟାର ବଜାରରେ ଅଧିକ ବିନିଯୋଗ କରିଲେ ଅତ୍ୟଧିକ ଲାଭବାନ ହେବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ଆର୍ଥିକଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ କିଛି ସଂଗ୍ରହ କରି ପାରନ୍ତି । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ସୁଖ ପ୍ରାପ୍ତି ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଗୃହୋପକରଣ କ୍ରୟ କରିବେ । ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ସାମ୍ବାଦିକତାରେ ପ୍ରଂଶସିତ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଅଧିକ ଲାଭ କରିବେ । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରି ପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ ଓ କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଶତ୍ରୁବାଧା ଦୂରେଇ ଯିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କନ୍ୟା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । କଳା, ସାହିତ୍ୟ ଓ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ । ଶତୃମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-କର୍ତ୍ତବ୍ୟ ନିଷ୍ଠାରେ ଅଧିକାରୀବର୍ଗ ପ୍ରସନ୍ନ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ପ୍ରଶଂସା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟପାଇ ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣି ପାରନ୍ତି । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷାରେ ସଫଳହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କଥାବାର୍ତ୍ତାରେ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ । ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ପାରେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ପଡାପଡୋଶୀଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କାର୍ଯ୍ୟକ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ମାନସିକ କ୍ଷମତା ଓ ଶାରୀରିକ କାର୍ଯ୍ୟ ଦକ୍ଷତାରେ ବୃଦ୍ଧି ହେବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

କୁମ୍ଭ:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!